ଖୋଲିଲା ହୀରାକୁଦ ଡ୍ୟାମ୍‌ର ୭ନଂ ଗେଟ୍‌: ନିଷ୍କାସିତ ହେଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର,୧୪।୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ବୁଧବାର ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହୋଇଛି। ଧାର୍ଯ୍ୟଲଗ୍ନ ଅନୁସାରେ ଅପରାହ୍ନ ୧୧ ଟା ୨୪ ମିନିଟରେ ଗୋଟିଏ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ହୋଇଛି । ପୂର୍ବାହ୍ନରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇ ୭ନଂ ସୁଇସ୍‌ ଗେଟ୍‌ ଖୋଲାଯାଇଛି। ଏହି ଅବସରରେ ଜିଲାପାଳ ଶୁଭମ ସକସେନା, ବିଭାଗୀୟ ଉଚ୍ଚ ଅଧିକାରୀ ଉପସ୍ଥିତ ରହିଥିଲେ। ଗୋଟିଏ ଗେଟରେ ପ୍ରାୟ ୧୭ହଜାର ୫ଶହ କ୍ୟୁସେକ ପାଣି ପ୍ରତି ସେକେଣ୍ଡରେ ନିଷ୍କାସନ ହେଉଥିବା ବିଭାଗୀୟ ପକ୍ଷରୁ ସୂଚନା ଦିଆଯାଇଛି। ହୀରାକୁଦ ଡ୍ୟାମ ତଳ ମୁଣ୍ଡରେ ବନ୍ୟା ପରିସ୍ଥିତି ଥିବାରୁ ଗୋଟିଏ ଗେଟ୍‌ ଦେଇ ଜଳ ନିଷ୍କାସନ କରାଯାଉଛି ।

ପ୍ରକାଶଯୋଗ୍ୟ, ଜଳଭଣ୍ଡାର ଜଳସ୍ତରକୁ ଦୃଷ୍ଟିରେ ରଖି ଗେଟ ଖୋଲାଯିବା ନେଇ ନିଷ୍ପତ୍ତି ନିଆଯାଇଛି। ତେବେ ହୀରାକୁଦରୁ ପାଣି ଛଡ଼ାଗଲେ ମହାନଦୀ ଓ ଏହାର ଶାଖାନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବ। ଏଣୁ ଡ୍ୟାମ୍‌ ତଳମୁଣ୍ଡରେ ବସବାସ କରୁଥିବା ଲୋକେ ସତର୍କ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri