ହୀରାଧରବାଟି କେନାଲରେ ବୁଡ଼ି ବ୍ୟକ୍ତିଙ୍କ ମୃତ୍ୟୁ

ପୁରୁଷୋତ୍ତମପୁର,୩।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ ହୀରାଧରବାଟି କେନାଲରେ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୁରୁଷୋତ୍ତମପୁର ଏନ୍‌ଏସି (ୱାର୍ଡ ନଂ.୮) କାଳୁଆବାଉରି ସାହିର ଦଣ୍ଡପାଣି ଦାସ (୫୫)।
ପ୍ରକାଶ ଯେ, ଶୁକ୍ରବାର ସନ୍ଧ୍ୟାରେ ଦଣ୍ଡପାଣି ଗାଧୋଇବାକୁ କେନାଲକୁ ଯାଇଥିଲେ । ମାତ୍ର ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରକୁ ନ ଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ଖବର ମିଳି ନ ଥିଲା। ତେବେ ଶନିବାର କିଛି ବ୍ୟକ୍ତି କେନାଲକୁ ଗାଧୋଇବାକୁ ଯାଇଥିବା ସମୟରେ ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ କେନାଲ ପାଣିରେ ଏକ ମୃତଦେହ ଭାସୁଥିବା ଦେଖି ପୁରୁଷୋତ୍ତମପୁର ପୋଲିସ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ସେମାନେ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ନଂ.୨୦/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତକଙ୍କ ପରିବାର ଗରିବ ଶ୍ରେଣୀର ହୋଇଥିବାରୁ ଶୁଦ୍ଧିକ୍ରିୟା ଲାଗି ସରକାରୀ ସହାୟତା ଯୋଗାଇ ଦେବାକୁ ପ୍ରଶାସନକୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri