ହୀରାଧରବାଟି କେନାଲରେ ବୁଡ଼ି ବ୍ୟକ୍ତିଙ୍କ ମୃତ୍ୟୁ

ପୁରୁଷୋତ୍ତମପୁର,୩।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ ହୀରାଧରବାଟି କେନାଲରେ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୁରୁଷୋତ୍ତମପୁର ଏନ୍‌ଏସି (ୱାର୍ଡ ନଂ.୮) କାଳୁଆବାଉରି ସାହିର ଦଣ୍ଡପାଣି ଦାସ (୫୫)।
ପ୍ରକାଶ ଯେ, ଶୁକ୍ରବାର ସନ୍ଧ୍ୟାରେ ଦଣ୍ଡପାଣି ଗାଧୋଇବାକୁ କେନାଲକୁ ଯାଇଥିଲେ । ମାତ୍ର ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରକୁ ନ ଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ଖବର ମିଳି ନ ଥିଲା। ତେବେ ଶନିବାର କିଛି ବ୍ୟକ୍ତି କେନାଲକୁ ଗାଧୋଇବାକୁ ଯାଇଥିବା ସମୟରେ ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ କେନାଲ ପାଣିରେ ଏକ ମୃତଦେହ ଭାସୁଥିବା ଦେଖି ପୁରୁଷୋତ୍ତମପୁର ପୋଲିସ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ସେମାନେ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ନଂ.୨୦/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତକଙ୍କ ପରିବାର ଗରିବ ଶ୍ରେଣୀର ହୋଇଥିବାରୁ ଶୁଦ୍ଧିକ୍ରିୟା ଲାଗି ସରକାରୀ ସହାୟତା ଯୋଗାଇ ଦେବାକୁ ପ୍ରଶାସନକୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍‌

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri