ହୁକିଟୋଲାଠାରେ ନିର୍ମାଣ ହେବ ଭାସମାନ ଜେଟି

ଭୁବନେଶ୍ୱର,୨୧।୨(ବ୍ୟୁରୋ): ପର୍ଯ୍ୟଟକମାନଙ୍କ ସୁବିଧା ପାଇଁ କେନ୍ଦ୍ରାପଡ଼ା ଜିଲାର ହୁକିଟୋଲାଠାରେ ଚଳିତବର୍ଷ ଗୋଟିଏ ଭାସମାନ ଜେଟି ନିର୍ମାଣ କରାଯିବ। ଏଥିସହ ଯିବାଆସିବା କରିବା ଲାଗି ନଦୀକୂଳଠାରୁ ହୁକିଟୋଲା ପର୍ଯ୍ୟନ୍ତ ଏକ ଆପ୍ରୋଚ୍‌ ରୋଡ୍‌ ନିର୍ମାଣ କରାଯାଉଛି। ଏଠାରେ ମଧ୍ୟ ଏକ ଓ୍ବାଚ୍‌ଟାଓ୍ବାର ନିର୍ମାଣ କରାଯାଇ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ବ୍ୟବସ୍ଥା ହୋଇଛି। ଗୁରୁବାର ବିଧାନସଭା ପ୍ରଶ୍ନୋତ୍ତର ବେଳେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏହି ସୂଚନା ଦେଇଛନ୍ତି।
ମୂଳପ୍ରଶ୍ନରେ ବିଜେଡି ସଭ୍ୟ ଅତନୁ ସବ୍ୟସାଚୀ ନାୟକ ହୁକିଟୋଲା ଜମ୍ବୁଦ୍ୱୀପ ବତିଘରକୁ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ଦେଇ ଏହାର ଉନ୍ନତି ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରିବେ କି ବୋଲି ପ୍ରଶ୍ନ କରିଥିଲେ। ମନ୍ତ୍ରୀ କହିଥିଲେ ଯେ, ବତିଘର ଓ ଜମ୍ବୁ ଦ୍ୱୀପରେ ଅବସ୍ଥିତ ହୁକିଟୋଲାକୁ ୨୦୧୪ରେ ପର୍ଯ୍ୟଟନ ସ୍ଥଳର ମାନ୍ୟତା ଦିଆଯାଇଛି। ସେଠାରେ ଥିବା ପୁରୁଣା ବ୍ରିଟିଶ ଅମଳର କୋଠାକୁ ବିଶ୍ୱବ୍ୟାଙ୍କ ସହାୟତାରେ ଆଇସିଜେଡ୍‌ଏମ୍‌ପି ମାଧ୍ୟମରେ ୧୦୩୯୩୧୩୮ ଟଙ୍କା ଖର୍ଚ୍ଚ କରାଯାଇ ପୁନରୁଦ୍ଧାର କାର୍ଯ୍ୟ କରାଯାଇଛି। ଭାଜପା ସଭ୍ୟ ବିଷ୍ଣୁଚରଣ ସେଠୀ କହିଥିଲେ ଯେ ପର୍ଯ୍ୟଟନ ବିଭାଗ କୁନ୍ଥେଇ କୁନ୍ଥେଇ ଚାଲୁଛି। ବୃହତ୍‌ ଆକାରରେ କିଛି ହେଉ ନାହିଁ। କେରଳ ପର୍ଯ୍ୟଟନ ପାଇଁ ପ୍ରସିଦ୍ଧ ହୋଇଛି। ଏଥିପାଇଁ ଦୃଢ଼ ଇଚ୍ଛାଶକ୍ତିର ଆବଶ୍ୟକତା ରହିଛି। ମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଧୀମେଇ ଧୀମେଇ ପର୍ଯ୍ୟଟନ ବିଭାଗ ଚାଲୁ ନାହିଁ। ରାଜ୍ୟର ୪୮୨ କି.ମି. ବେଳାଭୂମି ରହିଛି। ପୁରୀରେ ହୋଇଥିବା ଇକୋ ରିଟ୍ରିଟ ବିଶ୍ୱ ପ୍ରସିଦ୍ଧ ହୋଇଛି। ଏଠାକୁ ବିଦେଶୀ ପର୍ଯ୍ୟଟକମାନେ ଆସିଛନ୍ତି। ଅନ୍ୟ ବେଳାଭୂମିରେ ମଧ୍ୟ ଏଭଳି ଇକୋ ରିଟ୍ରିଟ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri