Posted inଜାତୀୟ

ହୃଦଘାତରେ ଚାଲିଗଲା ୪ ପୋଲିଂ କର୍ମଚାରୀ ଜୀବନ

ଲକ୍ଷ୍ନୌ/ଭୋପାଳ, ୧୯।୫: ଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ ପ୍ରକ୍ରିୟା। ଭୋଟ ଚାଲିଥିବାବେଳେ ଉତ୍ତର ପ୍ରଦେଶରେ ଦୁଇ ଏବଂ ମଧ୍ୟ ପ୍ରଦେଶରେ ୪ଜଣ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଗୋରଖପୁର ଜିଲାର ମାଧୋପୁର ପ୍ରାଥମିକ ବିଦ୍ୟାଳୟର ବୁଥ୍‌ ନଂ ୩୮୧ରେ କାର୍ଯ୍ୟ କରୁଥିବା ବେଳେ ହଠାତ୍‌ ଜଣେ ପୋଲିଂ କର୍ମଚାରୀଙ୍କୁ ହୃତଘାତ ହୋଇଥିଲା ଫଳରେ ତାଙ୍କର ମୃତ୍ୟୁ ହୋଇଥିଲା। ସେହିପରି କୁପଓ୍ବାରେ ୨୧୩ନଂ ବୁଥରେ ମଧ୍ୟ ଜଣେ ପୋଲି କର୍ମାଚରୀଙ୍କ ହୃତଘାତରେ ପରଲୋକ ଘଟିଛି। ମଧ୍ୟ ପ୍ରଦେଶର ଧାର ଲୋକ ସଭା ଆସନର ଜଲଓ୍ବତ ପୋଲିଂ ବୁଥ୍‌ରେ ନିୟୋଜିତ ଥିବା ଗୁରୁ ସିଂ ଚୋଗଡ ନାମକ ଜଣେ କର୍ମଚାରୀଙ୍କୁ ରବିବାର ସକାଳୁ ମୃତ୍ୟୁ ହୋଇଥିଲା। ସେହିପରି ଦେବାସ ଲୋଭ ସଭା ଆସନ ପାଇଁ ନିର୍ବାଚନ ହେଉଥିବାବେଳେ ଜଣେ ପୋଲିଂ କର୍ମାଚରୀଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ଶେଷ ପର୍ଯ୍ୟାୟରେ ଉତ୍ତର ପ୍ରଦେଶର ୧୩ଟି ଏବଂ ମଧ୍ୟ ପ୍ରଦେଶର ୮ଟି ଲୋକ ସଭା ଆସନ ପାଇଁ ଭୋଟଗ୍ରହଣ ପ୍ରକ୍ରିୟା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri