ହୃଦଘାତରେ ନାଲ୍‌କୋ କର୍ମଚାରୀ ମୃତ: ପରିବାରର ଜଣେ ସଦସ୍ୟଙ୍କୁ ନିଯୁକ୍ତି ଦାବି

ବଅଁରପାଳ,୧।୧୦(ଡି.ଏନ.ଏ.)- ନାଲ୍‌କୋ ସିପିପି ଅପରେସନ ବିଭାଗରେ ଚାକିରି କରିଥିବା ପ୍ରବୀଣ ବରାହ(୫୨) ମଙ୍ଗଳବାର ସକାଳେ ହୃଦଘାତରେ ପ୍ରାଣ ହରାଇଛନ୍ତି। ପ୍ରବୀଣଙ୍କ ଘର ଗୋତମରା ଗ୍ରାମରେ। ସେ ସକାଳେ ପ୍ଲାଣ୍ଟରେ କାମ କରୁଥିବାବେଳେ ହଠାତ୍‌ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ନାଲ୍‌କୋ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ନାଲ୍‌କୋ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଖବରପାଇ ନାଲ୍‌କୋ ଶ୍ରମିକ କଂଗ୍ରେସ ୟୁନିୟନର ସାଧାରଣ ସମ୍ପାଦକ ପରେଶ ଚନ୍ଦ୍ର ଜେନା, ଏନଏନଇୟୁ ର ସାଧାରଣ ସମ୍ପାଦକ ନିର୍ମଳ ଶତପଥୀ, ଶ୍ରମିକ ନେତା ଭରତ ଚନ୍ଦ୍ର ମାଝି, ନେସର ସାଧାରଣ ସମ୍ପାଦକ ନିର୍ମଳ ସାମଲ, ନେପୁର ସାଧାରଣ ସମ୍ପାଦକ ମାଙ୍ଗିଲାଲ ସାମଲ, ନାଲ୍‌କୋ ପେରିଫେରି ଟ୍ରକ ମାଲିକ ସଂଘ ସଭାପତି ସୁବାସ ଚନ୍ଦ୍ର ପଟ୍ଟନାୟକ, ଯୁବ ବିଜେଡି ନେତା ନରେଶ ଚନ୍ଦ୍ର ବେହେରାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ମର ଶରୀର ନିକଟରେ ପହଞ୍ଚି ଶୋକ ପ୍ରକାଶ କରିଥିଲେ। ଏଥିସହ ମୃତ ପରିବାର ବର୍ଗଙ୍କୁ ସମ ବେଦନା ଜଣାଇଥିଲେ। ତେବେ ପ୍ଲାଣ୍ଟ ପରିସରରେ ପ୍ରବୀଣଙ୍କ ମୃତ୍ୟୁ ହୋଇଥିବାରୁ ତାଙ୍କ ପରିବାରର ଜଣେ ସଦସ୍ୟଙ୍କୁ ନାଲ୍‌କୋରେ ସ୍ଥାୟୀ ନିଯୁକ୍ତି ପ୍ରଦାନ ପାଇଁ ଶ୍ରମିକ ନେତା ପରେଶ ଜେନା, ନିର୍ମଳ ଶତପଥୀ, ନିର୍ମଳ ସାମଲ ପ୍ରମୁଖ ନାଲ୍‌କୋ କର୍ତ୍ତୃପକ୍ଷଙ୍କ ନିକଟରେ ଦୃଢ଼ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri