ହୃଦରୋଗରେ ଡାକ୍ତରଙ୍କ ପରଲୋକ

ଖଇରା, ୫।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଅନ୍ତରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ସରୋଜ କୁମାର ମହାପାତ୍ର(୪୩) ହୃଦ୍‌ରୋଗରେ ପ୍ରାଣ ହରାଇଛନ୍ତି। ନୀଳଗିରି ମିତ୍ରପୁର ଅଞ୍ଚଳର ଏହି ଡାକ୍ତର ଜଣକ ଅନ୍ତରା ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଆୟୁଷ ଡାକ୍ତର ଭାବେ ୮ବର୍ଷ ଧରି ନିରବିଚ୍ଛିନ୍ନ ସେବା ପ୍ରଦାନ କରି ଆସୁଥିଲେ । ୬ମାସ ତଳେ ସେ ହୃଦ୍‌ରୋଗରେ ପୀଡିତ ହେବା ପରେ ତାଙ୍କୁ ଭୁବନେଶ୍ୱର ଏମସ୍‌ରେ ଅସ୍ତ୍ରୋପଚାର କରାଯାଇଥିଲା। ହେଲେ ଅସ୍ତ୍ରୋପଚାର ସଫଳ ନ ହେବାରୁ ତାଙ୍କୁ ପୁନଶ୍ଚ ବମ୍ବେ ଏମସ୍‌ରେ ଭର୍ତ୍ତି କରାଯାଇଥିଲା। ଏପଟେ ସ୍ବାସ୍ଥ୍ୟକେନ୍ଦ୍ରରେ ଅଚଳାବସ୍ଥାକୁ ହୃଦୟଙ୍ଗମ କରି ସେ ସେଠାକାର ଡାକ୍ତରଙ୍କୁ କହି ୨୨ଦିନ ଲାଗି ନିଜର କର୍ମଭୂମିକୁ ଫେରିଥିଲେ। ଘଟଣାକ୍ରମେ ଲକ୍‌ଡାଉନ ଓ କରୋନା ଯୁଦ୍ଧ ପାଇଁ ସେ ଆଉ ବମ୍ବେ ଫେରି ପାରି ନ ଥିଲେ। ଘଟଣାକ୍ରମେ ସେହି ଅନ୍ତରାରେ ଜଣେ କରୋନା ପଜିଟିଭରେ ଆକ୍ରାନ୍ତ ହେବା ତାଙ୍କ ଉପରେ ଦାୟିତ୍ୱ ଆହୁରି ବଢିଯାଇଥିଲା। ଏହି ତାଙ୍କ ଛାତିରେ ପୁଣି କଫ ଜମିଯିବା କାରଣରୁ ତାଙ୍କୁ ୪ଦିନ ତଳେ ଚିକିତ୍ସା ପାଇଁ କଟକ ନିଆଯାଇଥିଲା। ପ୍ରଥମେ ତାଙ୍କୁ ଥଣ୍ଡା ଯୋଗୁ କରୋନା ଚିକିତ୍ସା ଓ ପରେ ସ୍ବାବ ନେଗେଟିଭ ଆସିବା ପରେ ତାଙ୍କୁ ହୃଦରୋଗଜନିତ ଚିକିତ୍ସା କରାଯାଉଥିବା ବେଳେ ରବିବାର ସକାଳେ ପ୍ରାଣବାୟୁ ଉଡିଯାଇଥିଲା। ତାଙ୍କର ଏଭଳି ଆକସ୍ମିକ ବିୟୋଗ ସମଗ୍ର ଅନ୍ତରା ଅଞ୍ଚଳବାସୀଙ୍କୁ ବ୍ୟଥିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….

ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ତେବେ ଜାଣନ୍ତୁ ସୁପର…

IAS ସ୍ତରରେ ଅଦଳବଦଳ କଲେ ସରକାର, MSME ସଚିବ ହେଲେ ରଶ୍ମିତା ପଣ୍ଡା

ଭୁବନେଶ୍ବର,୧୧।୨: ସଚିବ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅନେକ ଅଧିକାରୀଙ୍କୁ ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଦିଆଯାଇଛି । ଭୂପେନ୍ଦ୍ର ସିଂ ପୁନିଆ କ୍ରୀଡ଼ା ଓ…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା! ବୁମରାଙ୍କ ବଲରେ ଇଶାନ….ସେପଟେ ମେଡିକାଲରେ ଅଭିଷେକ

ନୂଆଦିଲ୍ଲୀ,୧୧।୨:  ଟିମ୍ ଇଣ୍ଡିଆର ସମସ୍ୟା ସମାଧାନର ନାଁ ଧରୁନାହିଁ । ୨୦୨୬ ଟି-୨୦ ବିଶ୍ୱକପରେ ଲଗାତାର ଦ୍ୱିତୀୟ ଟାଇଟଲ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ଏହାର ଖେଳାଳିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri