ହୃଦ୍‌ଘାତରେ କଏଦୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୧୫ା୯-ସ୍ତ୍ରୀ ହତ୍ୟା ମାମଲାରେ ଅଭିଯୁକ୍ତ ଥାଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ଜଣେ କଏଦୀଙ୍କର ଶନିବାର ମୃତ୍ୟୁ ଘଟିଛି। ସେ ହେଲେ ନକୁଳ ସାହୁ (୩୫)ା ତାଙ୍କ ଘର ହିଞ୍ଜିଳିକାଟୁ ଥାନା ଦୁର୍ବନ୍ଧ ଡେରା ସାହି ବୋଲି ମେଡିକାଲ ଫାଣ୍ଡି ପୋଲିସ ସୂଚନା ଦେଇଛି। ଭୋର ୪ଟାରେ ନକୁଳ ମଣ୍ଡଳ କାରାଗାରରେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଜେଲ କର୍ତ୍ତୃପକ୍ଷ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଥିଲେ। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତର ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ନଂ. ୪୮୪/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ପୂର୍ବରୁ ତାଙ୍କ ବାପାଙ୍କର ମୃତ୍ୟୁ ହୋଇ ସାରିଥିବା ବେଳେ ମା’ ଅକର୍ମଣ୍ୟ। ଭାଇ ମୁମ୍ବାଇରେ କାମ କରୁଛନ୍ତି। ପୋଲିସ ଗ୍ରାମ ଭଦ୍ରଲୋକ, ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଅପରାହ୍ନରେ ତାଙ୍କ ମୃତଦେହ ପଞ୍ଚନାମା କରିଥିବା କହିଛି।
ପ୍ରକାଶ ଯେ, ୨୦୧୪ରେ ନକୁଳ କୌଣସି କାରଣରୁ ସ୍ତ୍ରୀଙ୍କୁ ହତ୍ୟା କରିଥିଲେ। ହିଞ୍ଜିଳିକାଟୁ ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରବର୍ତ୍ତୀ ସମୟରେ ମାମଲାର ବିଚାର ବେଳେ ମାଜିଷ୍ଟ୍ରେଟ ଉପଯୁକ୍ତ ପ୍ରମାଣକୁ ଆଧାର କରି ୨୦୧୫ ସେପ୍ଟେମ୍ବର ୧୯ରେ ଜେଲ ପଠାଇଥିଲେ। ପ୍ରଥମେ ତାଙ୍କୁ ଛତ୍ରପୁର ଉପ କାରଗାରାରେ ରଖାଯାଇଥିଲା। ପରେ ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇବାରୁ ତାଙ୍କୁ ବ୍ରହ୍ମପୁର ମଣ୍ଡଳ କାରାଗାରକୁ ୨୦୧୬ ଜୁଲାଇ ୨୮ରେ ସ୍ଥାନାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri