ହୃଦ୍‌ଘାତରେ ଯାଉଛି ବାର୍ଷିକ ୧୩ ଲକ୍ଷ ଜୀବନ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ) : ଭାରତରେ ପ୍ରତି ବର୍ଷ ୧୩ ଲକ୍ଷ ଲୋକଙ୍କର ହୃଦ୍‌ଘାତ (ହାର୍ଟ ଆଟାକ) ଯୋଗୁ ମୃତ୍ୟୁ ହେଉଥିବା ବେଳେ ଓଡିଶାରେ ମଧ୍ୟ ପ୍ରତି ଘଣ୍ଟାରେ ଜଣେ ବ୍ୟକ୍ତି ମୃତ୍ୟୁମୁଖରେ ପଡୁଛନ୍ତି। ବୁଧବାର ସେଣ୍ଟ୍‌ ଜନ୍‌ ଆମ୍ବୁଲାନ୍ସ ଏ.ଜି. ଓଡିଶା ଆନୁକୂଲ୍ୟରେ ବିଶ୍ୱ ବନ୍ଦ ହୃଦକ୍ରିୟା ପୁନଃ ପ୍ରଚଳନ ଦିବସ ବୁଧବାର ଏ.ଜି (ଆକାଉଣ୍ଟାଣ୍ଟ ଜେନେରାଲ) ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଛି। ସମୁଦାୟ ମୃତ୍ୟୁର ୧୫ ପ୍ରତିଶତ ଲୋକ ଦେଶରେ ହୃଦ୍‌ଘାତ ଯୋଗୁ ମୃତ୍ୟୁବରଣ କରୁଛନ୍ତି। ୨୦୨୫ ବେଳକୁ ଏହା ୧୮ ଲକ୍ଷକୁ ଛୁଇଁବ ବୋଲି ଆକଳନ କରାଯାଇଛି। ହୃଦ୍‌ଘାତରେ ପ୍ରାଣ ହରାଉଥିବା ୯୦ ଭାଗ ଲୋକ କର୍ମସ୍ଥଳୀ, ଘରେ ଓ ସାଧାରଣ ସ୍ଥାନରେ ହୃଦ୍‌ଘାତର ଶିକାର ହୋଇ ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ମରି ଯାଉଛନ୍ତି। ହୃଦ୍‌ଘାତର ୩ରୁ ୫ ମିନିଟ ଭିତରେ ଚିକିତ୍ସା ଦିଆଯାଇ ପାରିଲେ ମୃତ୍ୟୁହାରକୁ ବହୁ ପରିମାଣରେ ରୋକାଯାଇ ପାରନ୍ତା ବୋଲି ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଡାକ୍ତର ଓ ଗବେଷକମାନେ ମତ ଦେଇଛନ୍ତି।
ପ୍ରଧାନ ମହାଲେଖାକାର ମଧୁସ୍ମିତା ବସୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଆଲୋଚନା ଚକ୍ରରେ ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ହୋତା, ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ହର ପ୍ରସାଦ ପଟ୍ଟନାୟକ, ମହାଲେଖାକାର ଯଶୋଧାରା ରାୟ ଚୌଧୁରୀଙ୍କ ସମେତ ବହୁ ସ୍ବାସ୍ଥ୍ୟ ବିଜ୍ଞାନୀ ଓ ଡାକ୍ତର ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…

ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ଏବଂ ଅଧ୍ୟକ୍ଷ ଚିନ୍ତାମଣି ଏବଂ ଚାଷୀ କେ. ଶ୍ୟାମ ସୁନ୍ଦରଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦିଗପହଣ୍ଡି ବ୍ଳକର କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନୀତ କରାଯିବା ସହ ପୁରସ୍କାର…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri