ହେଟାବାଘ ଆକ୍ରମଣରେ ହରିଣ ମୃତ

ବଡ଼ସାହି,୯ା୩(ସ୍ବ.ପ୍ର.)- ମୟୂରଭଞ୍ଜ ଜିଲା ବାରିପଦା ରେଞ୍ଜ ବଡ଼ସାହି ଥାନା ଅଧୀନ ଦୀନବନ୍ଧୁପୁର ଗ୍ରାମବାସୀ ଏକ ହରିଣର ମୃତଦେହକୁ ଉଦ୍ଧାର କରିଛନ୍ତି ା ମୃତ ହରିଣର ଶରୀରର ଅର୍ଦ୍ଧାଧିକ ଅଂଶ ହେଟାବାଘ ଖାଇ ଯାଇଥିବା ବେଳେ ଅବଶିଷ୍ଟ ଅଂଶ ପଡ଼ି ରହିଥିବା ଗ୍ରାମବାସୀ କହିଛନ୍ତି। ରବିବାର ଗ୍ରାମବାସୀ ମୃତ ହରିଣକୁ ଦେଖି ବନବିଭାଗକୁ ଖବର ଦେଇଥିଲେ। ତେବେ ଗ୍ରାମରେ ଅନ୍ୟ ଏକ ହରିଣ ଘୂରି ବୁଲୁଥିବା ଗ୍ରାମବାସୀ ବନ ବିଭାଗକୁ ଜଣାଇଛନ୍ତି। ହରିଣର ମୃତଦେହ ବ୍ୟବଚ୍ଛେଦ କରାଯାଇ ଏକ ମାମଲା ରୁଜୁ ହୋଇଥିବା ରେଞ୍ଜ ଅଧିକାରୀ ଲକ୍ଷ୍ମୀଧର ବେହେରା ଜଣାଇଛନ୍ତି ା ଗାଁରେ ଘୂରି ବୁଲୁଥିବା ଅନ୍ୟ ଏକ ହରିଣର ଗତିବିଧି ଉପରେ ବନବିଭାଗ ସ୍ବତନ୍ତ୍ର ଦୃଷ୍ଟି ରଖିଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri