ହୋଇପାରିଲାନି ଟିକାକରଣ: ଫେରିଲେ ଗର୍ଭବତୀ, ଶିଶୁ

ଆରଡ଼ି,୧ା୪(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଧାମନଗର ବ୍ଲକର ବେତାଳିଗାଁ ଅଞ୍ଚଳରେ ଥିବା ଏକ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ଟିକାକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସେଠାରେ ନିକଟସ୍ଥ ଅଙ୍ଗନଓ୍ବାଡ଼ି କେନ୍ଦ୍ରର ୫ ଅଙ୍ଗନଓ୍ବାଡ଼ି କର୍ମୀ, ୩ ଆଶାକର୍ମୀ, ଜଣେ ଏଏନ୍‌ଏମ୍‌. ଏବଂ ଜଣେ ସ୍ବାସ୍ଥ୍ୟକର୍ମୀ ଉପସ୍ଥିତ ଥିଲେ। ହେଲେ ଭ୍ୟାକ୍ସିନ୍‌ ପହଞ୍ଚି ପାରି ନ ଥିଲା ା କେବଳ ୦ରୁ ୬ ମାସ ଶିଶୁଙ୍କ ପାଇଁ ଆବଶ୍ୟକ ପରିମାଣର ଭ୍ୟାକ୍ସିନ୍‌ ଉପଲବ୍ଧ ଥିଲା। ସେହି ଶିଶୁମାନଙ୍କୁ ଟିକାକରଣ କରାଯାଇଥିବା ବେଳେ ଅନ୍ୟ ଶିଶୁ ଓ ଗର୍ଭବତୀ ମହିଳାମାନେ ଦୀର୍ଘଘଣ୍ଟା ଖରାରେ ଅପେକ୍ଷା କରି ଫେରିଥିଲେ। ସବଠୁ ବଡ଼ କଥା ହେଲା କରୋନା କଟକଣା ଏଠାରେ ବେଖାତିର କରାଯାଇଥିଲା। ବାରଣ୍ଡାରେ ସାମାଜିକ ଦୂରତା ରକ୍ଷା ନ କରି ବହୁ ମହିଳା ଓ ଶିଶୁ ଠୁଳ ହୋଇଥିଲେ। ଅନ୍ୟପକ୍ଷରେ ସ୍ବାସ୍ଥ୍ୟକର୍ମୀମାନେ ଘରକୁ ଘର ବୁଲି ଟିକାକରଣ କରିବାର ନିୟମ ଥିବାବେଳେ ଏହି ନିୟମ କିପରି ଭଙ୍ଗ ହେଲା ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri