ହୋଇପାରୁନି ବନ୍ୟା ପାଣି ନିଷ୍କାସନ: ୧୦୦ ପରିବାର ଜଳବନ୍ଦୀ

ବସ୍ତା, ୨୮।୮(ସ୍ବ.ପ୍ର.) – ଗତ କିଛି ଦିନ ଧରି ଉପରମୁଣ୍ଡରେ ଏବଂ ସ୍ଥାନୀୟ ଅଞ୍ଚଳରେ ବର୍ଷା ଯୋଗୁ ବସ୍ତା ବ୍ଲକ ଦେଇ ପ୍ରବାହିତ ନଦୀ ଜଳକା ବିପଦ ସଂକେତ ଊର୍ଦ୍ଧ୍ୱରେ ପ୍ରବାହିତ ହେଉଛି। ମଥାନୀଠାରେ ନଦୀର ଜଳସ୍ତର ୫.୫୦ ମିଟର ଥିବାବେଳେ ମଙ୍ଗଳବାର ସନ୍ଧ୍ୟା ୭ଟାରେ ଏହି ନଦୀ ୬.୩୮ ମିଟରରେ ପ୍ରବାହିତ ହେଉଛି।
ନଦୀର ଜଳସ୍ତର କ୍ରମଶଃ ହ୍ରାସ ପାଉଥିବା ଜଳସେଚନ ବିଭାଗ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଜଳସ୍ତର ବୃଦ୍ଧି ଯୋଗୁ ନଦୀ ପାର୍ଶ୍ୱ କିଛି ଚାଷ ଜମି ଜଳମଗ୍ନ ହୋଇଥିବା ବେଳେ ବନ୍ୟା ପ୍ରଭାବରେ ସେଭଳି କିଛି କ୍ଷୟକ୍ଷତି ହୋଇନାହିଁ। ବନ୍ୟା ଓ ବର୍ଷା ପାଣି ନିଷ୍କାସନରେ ବାଧା ଉପୁଜିବା ଯୋଗୁ ବସ୍ତା ବ୍ଲକ ମଥାନୀ ପଞ୍ଚାୟତର ସାନଖୁଡ଼ି ଗ୍ରାମ ପାର୍ଶ୍ୱରେ ଥିବା ୧୦୦ ପରିବାର ଜଳବନ୍ଦୀ ହୋଇ ରହିଛନ୍ତି। ମଥାନୀ ପଞ୍ଚାୟତର ଏହି ପରିବାର ୩ ନଂ ଓ ୪ନଂ ୱାର୍ଡ଼ ମଧ୍ୟରେ ରହୁଛନ୍ତି। ଏହି ଲୋକମାନେ ଜଳ ଘେରରେ ରହିଥିବା ଖବର ପାଇ ବସ୍ତା ତହସିଲଦାର ନରେନ୍ଦ୍ର ଖମାରୀ ଲୋକଙ୍କ ପାଖରେ ପହଞ୍ଚତ୍ ସେମାନଙ୍କ ସ୍ଥିତି ଅନୁଧ୍ୟାନ କରିଥିଲେ। ମଙ୍ଗଳବାର ବାଲେଶ୍ୱର ଉପଜିଲାପାଳ ନୀଲୁ ମହାପାତ୍ର, ତହସିଲଦାର ନରେନ୍ଦ୍ର ଖମାରୀ, ବସ୍ତା ବିଡିଓ କୁକୁମୀନା ଦାସଙ୍କ ସମେତ ଡ୍ରେନେଜ, ଇରିଗେସନ, ପୂର୍ତ୍ତ ବିଭାଗ, ରାଜପଥ ଅଧିକାରୀ ସେଠାରେ ପହଞ୍ଚତ୍ ସ୍ଥିତି ପରଖିବା ସହ ଏହି ସମସ୍ୟାକୁ ଦୂରୀଭୁତ କରାଯାଇପାରିବ ସେନେଇ ଆଲୋଚନା କରିଥିଲେ। ବାରମ୍ବାର ଏଭଳି ସମସ୍ୟା ଘଟୁଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହାର ସ୍ଥାୟୀ ସମାଧାନ ନ ହେବା ପର୍ଯ୍ୟନ୍ତ ପ୍ରଶାସନ ଏହି ଜଳବନ୍ଦୀଙ୍କ ଉପରେ ସର୍ତକ ଦୃଷ୍ଟି ରଖିଥିବା ନରେନ୍ଦ୍ର ଖମାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri