ହୋଟେଲରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): କ୍ୟାପିଟାଲ ଥାନା ଅଞ୍ଚଳରେ ଥିବା ଏକ ହୋଟେଲ ରୁମ୍‌ରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବତୀ ଜଣକ ହେଲେ ବ୍ରହ୍ମପୁରର ଦାମିନି କୁମାରୀ ସ୍ବାଇଁ। ପୋଲିସ ସୂଚନା ମୁତାବକ, ଭଦ୍ରକ ଅଞ୍ଚଳର ଜଣେ ଯୁବକଙ୍କ ସହ ଯୁବତୀଙ୍କର ପ୍ରେମ ସମ୍ପର୍କ ରହିଥିଲା। ଉଭୟ ସୋମବାରଠାରୁ ଉକ୍ତ ହୋଟେଲରେ ଏକ ରୁମ୍‌ ଭଡ଼ା ନେଇ ରହୁଥିଲେ। ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ପରେ ଯୁବତୀ ଜଣଙ୍କ ରୁମ ଫ୍ୟାନରେ ନିଜ ଓଢ଼ଣୀରେ ଝୁଲି ଯାଇଥିଲେ। ହୋଟେଲ କର୍ମଚାରୀଙ୍କଠାରୁ ଖବର ପାଇ ପୋଲିସ ଘଟରାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି କ୍ୟାପିଟାଲ ହସ୍ପିଟାଲକୁ ପଠାଇଥିଲା। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଯୁବତୀ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା ପରେ ଆତ୍ମହତ୍ୟା ରୂପ ଦିଆଯାଇଛି, ତାହାକୁ ନେଇ ଖୋଳତାଡ଼ ଚାଲିଛି। ହୋଟେଲରେ ଲାଗିଥିବା ସିସିଟିଭି ଫୁଟେଜକୁ ନେଇ ପୋଲିସ ରହସ୍ୟ ଖୋଜୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri