ହୋଟେଲ ଭିତରେ ପଶିଲା ଯାତ୍ରୀବାହୀ ବସ୍‌: ଘଟଣାସ୍ଥଳରେ ଉତ୍ତେଜନା, ଚାଳକ ଅଟକ

ଦାରିଙ୍ଗବାଡ଼ି,୨୮।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଛକଠାରେ ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଏକ ହୋଟେଲ ଭିତରେ ଗୁରୁବାର ପୂର୍ବାହ୍ନରେ ପଶିଯିବାରୁ ୫ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ଅଡାଗାଡ଼ୁ ଗ୍ରାମର ଦୀପା ପ୍ରଧାନ, ପ୍ରମିଳା ପ୍ରଧାନ, ରାଇକିଆ ଥାନା କାଣ୍ଡାବାଡ଼ା ଗ୍ରାମର କାଥିରିନା ପ୍ରଧାନ, ସିକକେତା ଗ୍ରାମର ଆଲିନା ପ୍ରଧାନ ଏବଂ ବୁଡୁକେଜୁ ଗ୍ରାମର ମିନତୀ ପ୍ରଧାନ ବୋଲି ଜଣାପଡ଼ିଛି।  ସେମାନଙ୍କୁ ପୋଲିସ ଉଦ୍ଧାର କରି ଦାରିଙ୍ଗବାଡ଼ି ଏବଂ ସିମନବାଡ଼ି ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଇଛି। ବସ୍‌ଟି ହୋଟେଲ ଭିତରେ ପଶିଯିବା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଯାଇଥିଲା। ଖବର ପାଇ ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝିଙ୍କ ନିର୍ଦ୍ଦେଶକ୍ରମେ ସବଇନ୍ସପେକ୍ଟର ସୌମ୍ୟରଞ୍ଜନ ଜେନା ପହଞ୍ଚି ଯାତ୍ରୀବାହୀ ବସ୍‌କୁ ଜବତ କରିବା ସହ ଚାଳକଙ୍କୁ ଥାନାରେ ଅଟକ ରଖିଛନ୍ତି। ହୋଟେଲର ସମ୍ମୁଖ ଭାଗ ଭାଙ୍ଗି ଯାଇଥିବାରୁ ହୋଟେଲ ମାଲିକ ବାସୁଦେବ ସାହୁ ଏନେଇ କ୍ଷତିପୂରଣ ଦାବି ସହ ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri