Posted inଅପରାଧ

ହୋଟେଲ ମାଲିକଙ୍କୁ ଗଳାକାଟି ହତ୍ୟା

କୋରେଇ,୮।୭(ସ୍ବ.ପ୍ର.): ଯାଜପୁର ଜିଲା ଏସ୍‌ପି ଅଫିସ୍‌ଠାରୁ ମାତ୍ର ୨୦୦ ମିଟର ଦୂର ପାଣିକୋଇଲି ବଜାରରେ ଥିବା ଏକ ହୋଟେଲରୁ ପୋଲିସ ରବିବାର ସକାଳେ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ହୋଟେଲ ମାଲିକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ସ୍ଥାନୀୟ ପାଣିକୋଇଲି ଗ୍ରାମର ରବୀନ୍ଦ୍ର ସାହୁ। ଶନିବାର ବିଳମ୍ବିତ ରାତିରେ କେହି ରବୀନ୍ଦ୍ରଙ୍କ ଗଳାକାଟି ହତ୍ୟା କରିଥିବା ଅନୁମାନ କରାଯାଉଛି। ରବୀନ୍ଦ୍ରଙ୍କ ଭାଇ ଗୋବିନ୍ଦ ଥାନାରେ ଖବର ଦେବା ପରେ ପାଣିକୋଇଲି ଥାନାଧିକାରୀ ଓ ଯାଜପୁରରୋଡ ଏସ୍‌ଡିପିଓ କେଦାରନାଥ ସାହୁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୧୨୨/୧୯) ରୁଜୁ କରିଛି। ଏହି ହତ୍ୟାକାଣ୍ଡରେ ଏକ ଅସାମାଜିକ ଗୋଷ୍ଠୀର ହାତ ଥିବା ଗୋବିନ୍ଦ ପୋଲିସକୁ କହିଥିବାବେଳେ ପୋଲିସ ରବୀନ୍ଦ୍ରଙ୍କ ସ୍ତ୍ରୀ ଜୁମା ଓ ଶାଶୁଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଏଥିସହ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବାବେଳେ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି। ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିବାବେଳେ ପାରିବାରିକ ଅଶାନ୍ତି ନେଇ ତାଙ୍କୁ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ପୋଲିସ ହତ୍ୟାକାଣ୍ଡ ସ୍ଥଳରୁ ଏକ ଛୁରି ଓ ରବୀନ୍ଦ୍ରଙ୍କ ରକ୍ତଭିଜା ଲୁଗା ଜବତ କରିଛି। ଏହି ଘଟଣାରେ ତାଙ୍କ ଶଳା ଓ ଶଳାଭାଉଜ ସମ୍ପୃକ୍ତ ଥିବା ପୋଲିସ ସନ୍ଦେହ କରୁଥିବାବେଳେ ସେମାନେ ଫେରାର ଅଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗତ କିଛିଦିନ ଧରି ରବୀନ୍ଦ୍ର ନିଜ ପରିବାରକୁ ଛାଡି କେତେଜଣ ଅସାମାଜିକ ବ୍ୟକ୍ତିଙ୍କ ସହିତ ମିଳାମିଶା କରୁଥିଲେ। ସେମାନଙ୍କ ସହ ମିଶି ନିଶା ସେବନ କରୁଥିବା ତାଙ୍କ ସମ୍ପର୍କୀୟ ସୂଚନା ଦେଇଛନ୍ତି। ତେବେ ପୂର୍ବରୁ ରବୀନ୍ଦ୍ର ଯୌତୁକ ନିର୍ଯାତନା ମାମଲାରେ କିଛିଦିନ ପାଇଁ ଜେଲ ଯାଇଥିଲେ। ପାରିପାର୍ଶ୍ୱିକ ସ୍ଥିତିରୁ ହତ୍ୟାକାଣ୍ଡରେ ଏକାଧିକ ବ୍ୟକ୍ତିଙ୍କ ସମ୍ପୃକ୍ତି ଥିବା ପୋଲିସ ସନ୍ଦେହ କରୁଥିବାବେଳେ ଚୋରା ନିଶା ବ୍ୟବସାୟୀଙ୍କ ହାତ ଥିବା ନେଇ ମଧ୍ୟ ପାଣିକୋଇଲି ଅଞ୍ଚଳରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri