Posted inଅପରାଧ

ହୋଟେଲ ମାଲିକଙ୍କୁ ଗଳାକାଟି ହତ୍ୟା

କୋରେଇ,୮।୭(ସ୍ବ.ପ୍ର.): ଯାଜପୁର ଜିଲା ଏସ୍‌ପି ଅଫିସ୍‌ଠାରୁ ମାତ୍ର ୨୦୦ ମିଟର ଦୂର ପାଣିକୋଇଲି ବଜାରରେ ଥିବା ଏକ ହୋଟେଲରୁ ପୋଲିସ ରବିବାର ସକାଳେ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ହୋଟେଲ ମାଲିକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ସ୍ଥାନୀୟ ପାଣିକୋଇଲି ଗ୍ରାମର ରବୀନ୍ଦ୍ର ସାହୁ। ଶନିବାର ବିଳମ୍ବିତ ରାତିରେ କେହି ରବୀନ୍ଦ୍ରଙ୍କ ଗଳାକାଟି ହତ୍ୟା କରିଥିବା ଅନୁମାନ କରାଯାଉଛି। ରବୀନ୍ଦ୍ରଙ୍କ ଭାଇ ଗୋବିନ୍ଦ ଥାନାରେ ଖବର ଦେବା ପରେ ପାଣିକୋଇଲି ଥାନାଧିକାରୀ ଓ ଯାଜପୁରରୋଡ ଏସ୍‌ଡିପିଓ କେଦାରନାଥ ସାହୁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୧୨୨/୧୯) ରୁଜୁ କରିଛି। ଏହି ହତ୍ୟାକାଣ୍ଡରେ ଏକ ଅସାମାଜିକ ଗୋଷ୍ଠୀର ହାତ ଥିବା ଗୋବିନ୍ଦ ପୋଲିସକୁ କହିଥିବାବେଳେ ପୋଲିସ ରବୀନ୍ଦ୍ରଙ୍କ ସ୍ତ୍ରୀ ଜୁମା ଓ ଶାଶୁଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଏଥିସହ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବାବେଳେ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି। ହତ୍ୟାକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିବାବେଳେ ପାରିବାରିକ ଅଶାନ୍ତି ନେଇ ତାଙ୍କୁ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ପୋଲିସ ହତ୍ୟାକାଣ୍ଡ ସ୍ଥଳରୁ ଏକ ଛୁରି ଓ ରବୀନ୍ଦ୍ରଙ୍କ ରକ୍ତଭିଜା ଲୁଗା ଜବତ କରିଛି। ଏହି ଘଟଣାରେ ତାଙ୍କ ଶଳା ଓ ଶଳାଭାଉଜ ସମ୍ପୃକ୍ତ ଥିବା ପୋଲିସ ସନ୍ଦେହ କରୁଥିବାବେଳେ ସେମାନେ ଫେରାର ଅଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗତ କିଛିଦିନ ଧରି ରବୀନ୍ଦ୍ର ନିଜ ପରିବାରକୁ ଛାଡି କେତେଜଣ ଅସାମାଜିକ ବ୍ୟକ୍ତିଙ୍କ ସହିତ ମିଳାମିଶା କରୁଥିଲେ। ସେମାନଙ୍କ ସହ ମିଶି ନିଶା ସେବନ କରୁଥିବା ତାଙ୍କ ସମ୍ପର୍କୀୟ ସୂଚନା ଦେଇଛନ୍ତି। ତେବେ ପୂର୍ବରୁ ରବୀନ୍ଦ୍ର ଯୌତୁକ ନିର୍ଯାତନା ମାମଲାରେ କିଛିଦିନ ପାଇଁ ଜେଲ ଯାଇଥିଲେ। ପାରିପାର୍ଶ୍ୱିକ ସ୍ଥିତିରୁ ହତ୍ୟାକାଣ୍ଡରେ ଏକାଧିକ ବ୍ୟକ୍ତିଙ୍କ ସମ୍ପୃକ୍ତି ଥିବା ପୋଲିସ ସନ୍ଦେହ କରୁଥିବାବେଳେ ଚୋରା ନିଶା ବ୍ୟବସାୟୀଙ୍କ ହାତ ଥିବା ନେଇ ମଧ୍ୟ ପାଣିକୋଇଲି ଅଞ୍ଚଳରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସାମ୍ନାରେ ଉଗ୍ରରୂପ ନେଲା ୨ କିନ୍ନର ଗୋଷ୍ଠୀ ବିବାଦ: ୪ ଜଣଙ୍କ ପ୍ରତି ଏପରି ଅଭିଯୋଗ ଆଣି…

ଭଦ୍ରକ,୨୩ା୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଦୁଇ କିନ୍ନର ଗୋଷ୍ଠୀ ବିବାଦ ଉଗ୍ରରୂପ ନେଇଛି। ଗୋଟିଏ ଗୋଷ୍ଠୀର କିନ୍ନରଙ୍କ ଉପରେ ଆକ୍ରମଣ ଅଭିଯୋଗ ପରେ ଅନ୍ୟ କିନ୍ନର...

ପାଟିତୁଣ୍ଡରୁ ତୁମୁଳକାଣ୍ଡ..କମ୍ପାନୀ କ୍ୟାମ୍ପସରେ ହତ୍ୟା, ପାଣିଟାଙ୍କିରେ ଫିଙ୍ଗିଦେଲେ ମୃତଦେହ

ନୂଆଦିଲ୍ଲୀ,୨୩।୧୨: ମହାରାଷ୍ଟ୍ରର ପାଲଘର ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ବ୍ୟକ୍ତିଗତ ବିବାଦ ପରେ ଜଣେ ଯୁବକ ତାଙ୍କ ଅଫିସ ସହକର୍ମୀଙ୍କୁ ହତ୍ୟା...

ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍‌ ସହ ରହିଛି…

ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍‌ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର...

ହୃଦୟ ବିଦାରକ… ଝିଅ ଖୋଲିଦେଲା ଗୁମର, ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା ପରେ ଗ୍ରାଇଣ୍ଡିଂ କରିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: ଉତ୍ତର ପ୍ରଦେଶର ସମ୍ଭାଲ ଜିଲାର ଚନ୍ଦୌସି ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ତାଙ୍କ ପ୍ରେମିକ ଏବଂ...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri