ହୋଣ୍ଡାର ‘ସେଫ୍‌ଟି କମ୍‌ସ ଫାଷ୍ଟ’ ପଦକ୍ଷେପ

ନୂଆଦିଲ୍ଲୀ,୧୧।୫: ହୋଣ୍ଡା ଟୁହ୍ବିଲର୍ସ ଇଣ୍ଡିଆ ପକ୍ଷରୁ ଏହାର ଡିଲର ପରିବାରଗୁଡିକ ଲାଗି ‘ସେଫ୍‌ଟି କମ୍‌ସ ଫାଷ୍ଟ’ ପଦକ୍ଷେପ ଗ୍ରହଣ କରାଯାଇଛି। ସରକାର ବର୍ତ୍ତମାନ କଟକଣା ଧୀରେ ଧୀରେ କୋହଳ କରୁଥିବା ବେଳେ ନୂଆ ଧାରାରେ ବାଣିଜ୍ୟ ଲାଗି ଶିଳ୍ପଗୁଡିକ ସଜବାଜ ହେଉଛନ୍ତି। ହୋଣ୍ଡା ପକ୍ଷରୁ ଏହାର ଅଂଶୀଦାରଙ୍କୁ ନଗଦ ସହାୟତା ଯୋଗାଣ ଉପରେ ଗୁରୁତ୍ୱ ଦିଆଯାଉଛି। ବର୍ତ୍ତମାନର ଚ୍ୟାଲେଞ୍ଜିଂ ସମୟରେ ଆଗକୁ ବଢ଼ିବାକୁ ହେଲେ ନଗଦ ଆବଶ୍ୟକତା ରହିଥିବା ବେଳେ କମ୍ପାନୀ ଏଭଳି ପ୍ରସଙ୍ଗକୁ ନଜରରେ ରଖିଥିବା କହିଛି। କୋଭିଡ୍‌-୧୯ ପ୍ରଭାବକୁ କମ୍‌ କରିବା ଲାଗି ମିଳିତ ହୋଇ ଲଢିବାକୁ କମ୍ପାନୀ ଏହାର ଅଂଶୀଦାରଙ୍କୁ ଆହ୍ବାନ ଜଣାଇଛି। ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ର ସେଲ୍‌ସ ଆଣ୍ଡ ମାର୍କେଟିଂ ନିର୍ଦ୍ଦେଶକ ୟଦବିନ୍ଦର ସିଂ ଗୁଲେରିଆ କହିଛନ୍ତି ଯେ, ଏଭଳି ପଦକ୍ଷେପ ସହ ସାରା ଦେଶରେ ଥିବା ଆଉଟଲେଟଗୁଡିକରେ ନିରାପତ୍ତା ପଦକ୍ଷେପକୁ ଧ୍ୟାନରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri