ହୋମ୍‌ଓ୍ବାର୍କ କରି ନ ଥିବାରୁ ଦଣ୍ଡ:ଛାତ୍ରଙ୍କୁ ଶ୍ରେଣୀକକ୍ଷରେ ବନ୍ଦକରି ପଳାଇଲେ ଶିକ୍ଷୟିତ୍ରୀ

ଜୟପୁର,୧୧।୯(ଡି.ଏନ୍‌.ଏ.):ହୋମଓ୍ବାର୍କ କରି ନ ଥିବାରୁ ଷ୍ଟାଣ୍ଡାର୍ଡ଼ ଓ୍ବାନ୍‌ର ଜଣେ କୋମଳମତି ଛାତ୍ରଙ୍କୁ ଶ୍ରେଣୀକକ୍ଷରେ ଲାଇଟ୍‌ ଓ ଫ୍ୟାନ୍‌ ଅଫ୍‌କରି କବାଟ ଦେଇ ପଳାଇଛନ୍ତି ଶିକ୍ଷୟିତ୍ରୀ। ଛାତ୍ର ଜଣକ ପ୍ରାୟ ୪୫ ମିନିଟ୍‌ ଧରି ବନ୍ଦ କୋଠରିରେ ରହିବା ପରେ ଷ୍ଟାଣ୍ଡାର୍ଡ଼-୭ରେ ପଢୁଥିବା ତାଙ୍କ ବଡ଼ ଭଉଣୀ ଖୋଜିଖୋଜି ସେଠାରେ ପହଞ୍ଚତ୍ ଜଣେ କର୍ମଚାରୀଙ୍କ ଦ୍ୱାରା ସାନଭାଇକୁ ଉଦ୍ଧାର କରିଛନ୍ତି। କୋରାପୁଟ ଜିଲା ଜୟପୁର ସୂର୍ଯ୍ୟମହଲରେ ରହିଥିବା ଏକ ଘରୋଇ ଇଂରାଜି ମାଧ୍ୟମ ବିଦ୍ୟାଳୟରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏନେଇ ଛାତ୍ରଙ୍କ ଅଭିଭାବକ ଟାଉନଥାନାରେ ଏତଲା ଦେଇଛନ୍ତି।
ପ୍ରକାଶ ଯେ, ଗତ ସୋମବାର ଛାତ୍ର ଜଣକ ହୋମୱାର୍କ କରି ନ ଥିବାରୁ ଶିକ୍ଷୟିତ୍ରୀ ଅନ୍ତିମ ପିରିୟଡ଼ରେ ତାଙ୍କୁ ମାଡ଼ ମାରିବା ସହ କ୍ଲାସରୁମ୍‌ରେ ହିଁ ପାଠ ଲେଖିବା ପାଇଁ କହିଥିଲେ। କିନ୍ତୁ ଘଣ୍ଟି ବାଜିଯିବାରୁ ପିଲାମାନେ କ୍ଲାସ୍‌ରୁମ୍‌ରୁ ବାହାରି ଯାଇଥିଲେ। ପୀଡ଼ିତ ଛାତ୍ର ଜଣକ ସେହି ସମୟ ଭିତରେ ଲେଖିପାରି ନ ଥିବା ଯୋଗୁ ଶିକ୍ଷୟିତ୍ରୀ ତାଙ୍କୁ ସେଠାରେ ରହିବାକୁ କହି ଲାଇଟ୍‌ ଓ ଫ୍ୟାନ୍‌ ଅଫ୍‌ କରିବା ପରେ ଶ୍ରେଣୀକକ୍ଷ କବାଟ ବନ୍ଦକରି ଚାଲିଯାଇଥିଲେ। ପରେ ବିଦ୍ୟାଳୟର କର୍ମଚାରୀ ଉକ୍ତ ବନ୍ଦ କବାଟରେ ତାଲା ପକାଇ ଦେଇଥିଲେ। ବାହାରେ ଅପେକ୍ଷା କରିଥିବା ବଡ଼ଭଉଣୀ ଭାଇ ଆସି ନ ଥିବା ଦେଖି ଖୋଜାଖୋଜି କରିବା ପରେ ସେ କ୍ଲାସରୁମ୍‌ରେ ଥିବା ଜାଣିପାରିଥିଲେ। ବିଦ୍ୟାଳୟର କର୍ମଚାରୀଙ୍କ ଜରିଆରେ କବାଟ ଖୋଲାଯାଇ ଛାତ୍ର ଜଣଙ୍କୁ ଉଦ୍ଧାର କରାଯାଇଥିଲା। ଛାତ୍ରଙ୍କ ପିତା ଡା. ଧବଳେଶ୍ୱର ମେହେର ପ୍ରଥମେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଅଭିଯୋଗ କରିବା ପରେ ଥାନାରେ ଏତଲା ଦେଇଥିଲେ। ମଙ୍ଗଳବାର ବିଦ୍ୟାଳୟ ଛୁଟି ଥିବା ଯୋଗୁ ଫୋନ୍‌ରେ କର୍ତ୍ତୃପକ୍ଷଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ କେହି ଫୋନ୍‌ ଉଠାଇ ନଥିଲେ। ଅନ୍ୟପକ୍ଷରେ ଅଭିଯୋଗର ତଦନ୍ତ ଆରମ୍ଭ ହୋଇଥିବା ଟାଉନ ଥାନା ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri