ହୋମ୍‌ଗାର୍ଡଙ୍କୁ ବରୀ ବିଧାୟିକା ସ୍ବାମୀଙ୍କ ମାଡ଼ ଘଟଣା: ଓଏଚ୍‌ଆର୍‌ସିଙ୍କୁ ଭେଟିଲା ଭାଜପା ପ୍ରତିନିଧି ଦଳ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ଯାଜପୁର ଜିଲା ବରୀ ବ୍ଲକ ଔପଦା ଗଁାର ଜଣେ ଅନୁସୂଚିତ ଜାତିର ହୋମ୍‌ଗାର୍ଡ ରଞ୍ଜନ ମଲ୍ଲିକଙ୍କୁ ବିଧାୟିକା ସୁନନ୍ଦା ଦାସଙ୍କ ସ୍ବାମୀ ମାଡ଼ ମାରିବା ଘଟଣା ଏବେ ଜଟିଳ ହେବାରେ ଲାଗିଛି। ଏହି ଘଟଣାରେ ଜିଲାପରିଷଦ ସଭ୍ୟ, ଅଭିଯୁକ୍ତଙ୍କୁ ଗିରଫ ଓ ହୋମ୍‌ଗାର୍ଡଙ୍କୁ ନ୍ୟାୟ ପ୍ରଦାନ ପାଇଁ ଭାଜପା ପ୍ରତିନିଧି ଦଳ ସୋମବାର ରାଜ୍ୟ ମାନବିକ ଅଧିକାର କମିଶନ(ଓଏଚ୍‌ଆରସି)ଙ୍କୁ ଭେଟିଛନ୍ତି। ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ନେତୃତ୍ୱରେ ଏହି ପ୍ରତିନିଧି ଦଳ କମିଶନଙ୍କ ସହ ଘଟଣା ସଂକ୍ରାନ୍ତରେ ଆଲୋଚନା କରିଛନ୍ତି। ଗତ ୯ ତାରିଖରେ ହୋମ୍‌ଗାର୍ଡ ରଞ୍ଜନ ମଲ୍ଲିକଙ୍କୁ ଆକ୍ରମଣ କରାଯାଇଥିଲା। ଏନେଇ ସେ ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବା ବଦଳରେ ତାଙ୍କ ନାମରେ ମିଥ୍ୟା ମାମଲା ରୁଜୁ କରିଛି। ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ରଞ୍ଜନଙ୍କ ନାମରେ ଥିବା ମିଥ୍ୟା ମାମଲାକୁ ହଟାଇ ସୁରକ୍ଷା ଦେବାକୁ ଦେବାକୁ ସେଠୀ ଦାବି କରିଛନ୍ତି। ସେ କହିଛନ୍ତି, ସାରା ଓଡିଶାରେ ଦଳିତଙ୍କ ଉପରେ ଆକ୍ରମଣ କରାଯାଉଛି। ଶାସକ ଦଳର କର୍ମୀ ଓ ନେତା ସେମାନଙ୍କ ଉପରେ ଅତ୍ୟାଚାର କରିଚାଲିଛନ୍ତି। ସେମାନଙ୍କ ହାତରେ କ୍ଷମତା ଥିବାରୁ ପୋଲିସ ବୋଲକରା ସାଜୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ୫-ଟି ଓ ମୋ ସରକାର ଯୋଜନା କେବଳ ପ୍ରହସନ ପାଲଟିଛି ବୋଲି ସେ ଅଭିଯୋଗ କରିଛନ୍ତି।
ଅନ୍ୟପକ୍ଷରେ ଭାଜପା ନେତା ତଥା ପୂର୍ବତନ ସାଂସଦ ବିଭୂ ପ୍ରସାଦ ତରାଇ ରାଜ୍ୟ କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି ପୋଲିସର ଗୋହି ଖୋଳିଛନ୍ତି। ସେ କହିଛନ୍ତି ଯେ, ସମ୍ବିଧାନର ଧାରା ୧୮ ଅନୁଯାୟୀ ଏତଲା ଆଧାରରେ ଥାନା ଅଧିକାରୀ ଅଭିଯୁକ୍ତଙ୍କୁ ଗିରଫ କରିବା କଥା। କିନ୍ତୁ ପୋଲିସ ଓଲଟା ହୋମଗାର୍ଡଙ୍କ ବିରୋଧରେ ମିଥ୍ୟା ମକଦ୍ଦମା ଲଗାଇଛି। ସରକାର ସାଧାରଣ ଲୋକଙ୍କ ପାଇଁ ନୁହେଁ, କେତେକ ମୁଷ୍ଟିମେୟଙ୍କ ପାଇଁ କାମ କରୁଛି। ଏଠି ନିରୀହ, ଦଳିତ ଲୋକଙ୍କ ଉପରେ ଅତ୍ୟାଚାର କରାଯାଉଛି। ହୋମଗାର୍ଡଙ୍କୁ ମାଡ଼ ମାରିବା ସହ ହତ୍ୟା ଧମକ ଦେବା ଘଟଣାରେ ପୋଲିସର ପକ୍ଷପାତିତା ପଦାରେ ପଡିଛି। ଅଭିଯୁକ୍ତଙ୍କୁ ଗିରଫ ଓ ରଞ୍ଜନଙ୍କ ବିରୋଧରେ ଲଗାଯାଇଥିବା ମିଥ୍ୟା ମାମଲା ଉଠା ନ ଗଲେ ଭାଜପା ରାଜରାସ୍ତାକୁ ଓହ୍ଲାଇବ ବୋଲି ସେ ଚେତାବନୀ ଦେଇଛନ୍ତି। ଏ ସଂକ୍ରାନ୍ତରେ ବରୀ ବିଧାୟିକାଙ୍କ ସ୍ବାମୀଙ୍କ ସହ ଯୋଗାଯୋଗ ସମ୍ଭବ ହୋଇପାରିନାହିଁ। ତେବେ ଜିଲା ପରିଷଦ ସଭ୍ୟ ଅଶୋକ କୁମାର ସାମଲ କହିଛନ୍ତି, ଭାଜପା ତୁଚ୍ଛାଟାରେ ଘଟଣାକୁ ରାଜନୀତିକରଣ କରୁଛି। ଦୁର୍ଗାପୂଜା ପାଇଁ ହୋମ୍‌ଗାର୍ଡ ରଞ୍ଜନ ବଟି ମାଗି ଥିଲେ। ଟଙ୍କା ନ ମିଳିବାରୁ ଯୁକ୍ତିତର୍କ କରିବା ସହ ଆମ ନାମରେ ଥାନାରେ ମିଛ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri