ପାଟଣା,୨୭ା୩(ସ୍ବ.ପ୍ର.): ବାଙ୍ଗାଲୋର ଓ ଚେନ୍ନାଇରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ମୋଟ ୩୨୨ ଜଣ ଗୁରୁବାର ସନ୍ଧ୍ୟା ସୁଦ୍ଧା କେନ୍ଦୁଝର ଜିଲା ପାଟଣା ବ୍ଲକକୁ ଫେରି ଆସିଥିବା ଜଣାପଡିଛି। ଏ ସମସ୍ତଙ୍କୁ ୧୪ ଦିନ ପାଇଁ ନିଜ ଘରେ କ୍ୱାରାଣ୍ଟାଇନରେ ରହିବା ଲାଗି ବ୍ଲକ ପ୍ରଶାସନ ବ୍ୟବସ୍ଥା କରିଥିବା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ଼ା. ସୁପ୍ରକାଶ ଶତପଥୀ ପ୍ରକାଶ କରିଛନ୍ତି। କରୋନା ମୁକାବିଲା ପାଇଁ ପାଟଣା ବିଡିଓ ଈଶ୍ୱର ଚନ୍ଦ୍ର ନାଏକଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ଟାସ୍କ ଫୋର୍ସ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା। ଡିପିସି ପୂର୍ଣ୍ଣ ଚନ୍ଦ୍ର ସେଠୀ,ତହସିଲଦାର ଶିବପ୍ରସାଦ ମୁର୍ମୁ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ଼ା. ଶତପଥୀ, ବିପିଏମ୍ ଦୀପକ କୁମାର ନାୟକ, ସିଆରସିସି ପ୍ରମୋଦ କୁମାର ମହାନ୍ତ ଓ ଶ୍ରୀକାନ୍ତ ବିଶ୍ୱାଳ ପ୍ରମୁଖ ଯୋଗ ଦେଇ ପାଟଣା ବ୍ଲକରେ ଆଇସୋଲେଶନ କକ୍ଷ, ଲକଡାଉନ ସ୍ଥିତି, ଅତ୍ୟାବଶକ ସାମଗ୍ରୀର ମହଜୁଦ ଓ ସ୍ବାସ୍ଥ୍ୟ ସେବା ବ୍ୟବସ୍ଥା ଉପରେ ଆଲୋଚନା କରିଥିଲେ। ଅତ୍ୟାବଶକ ଖାଉଟି ସାମଗ୍ରୀ ଯେଭଳି କଳାବଜାରୀ ନ ହୁଏ ସେ ନେଇ ଆଲୋଚନା ହୋଇଥିଲା।
Posted inଆମ ଜିଲା ଖବର, କେନ୍ଦୁଝର View All
ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ
ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…
ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ
ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…
ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ
ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…
ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ
ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…
ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ
ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…
ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର
କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…
ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ
ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…
୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା
ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

