ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିପାରିବେ ପ୍ରବାସୀ ଗର୍ଭବତୀ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୬।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାକୁ ସୁରଟ, କେରଳରୁ ପ୍ରବାସୀମାନେ ଆସିବାରେ ଲାଗିଛନ୍ତି। ଏହି ପ୍ରବାସୀମାନଙ୍କ ମଧ୍ୟରେ କେତେକ ଗର୍ଭବତୀ ରହିଥିବା ଦେଖାଯାଇଛି। ଆବଶ୍ୟକ ହେଲେ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ପ୍ରବାସୀ ଗର୍ଭବତୀଙ୍କୁ ହୋମ କ୍ୱାରେଣ୍ଟାଇନରେ ରଖାଯାଇପାରିବ। ଏନେଇ ଜିଲାର ସମସ୍ତ ୨୨ ବିଡିଓଙ୍କୁ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି। ସ୍ବାସ୍ଥ୍ୟକର୍ମୀମାନେ ଏମାନଙ୍କ ସହ କ୍ୱାରାଣ୍ଟାଇନରେ ଥିବା ସମସ୍ତ ପ୍ରବାସୀଙ୍କ ଉପରେ ନଜର ରଖିବେ । ଆବଶ୍ୟକ ହେଲେ ସେମାନେ ଏ ସମ୍ପର୍କରେ ଏଏନ୍‌ଏମଙ୍କୁ ଖବର ଦେବେ। ଏଏନ୍‌ଏମ୍‌ମାନେ ମେଡିକାଲ ଟିମ୍‌କୁ ଜଣାଇବେ। ଏନେଇ ଜ଼ିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri