Posted inପୁରୀ

ହୋମ କ୍ଵାରାଣ୍ଟାଇନରେ ଥିବା ଯୁବକଙ୍କୁ ପୁରୀ ସ୍ଥାନାନ୍ତର

ବ୍ରହ୍ମଗିରି,୩୧ା୩(ଡି.ଏନ.ଏ)- ଓଡ଼ିଶାରେ କରୋନା ସଂକ୍ରମଣ ଆକ୍ରାନ୍ତ ବଢ଼ୁଥିବା ନେଇ ସମସ୍ତେ ଆତଙ୍କିତ। ଏହି ସଂକ୍ରମଣରୁ ରୋକିବା ପାଇଁ ହୋମଆଇସୋଲେଶନ, ସାମାଜିକ ଦୂରତା ବଜାଇ ରଖିବା ପାଇଁ ସଚେତନ କରାଯାଉଛି। ବାହାରୁ ଆସୁଥିବା ବ୍ୟକ୍ତିମାନଙ୍କୁ ହୋମ କ୍ଵାରାଣ୍ଟାଇନରେ ରହିବାକୁ ନିଦ୍ଦେର୍ଶ ଦିଆଯାଇଛି। ଏଭଳି ପରିସ୍ଥିତିରେ ବ୍ରହ୍ମଗିରି ଅଞ୍ଚଳରେ ଥିବା ଜଣେ ଯୁବକ କରୋନା ସଂକ୍ରମଣରେ ଆକ୍ରାନ୍ତ ଜଣାପଡ଼ିବା ପରେ ହୋମ କ୍ଵାରାଣ୍ଟାଇନରେ ରହିଥିଲେ। ତାଙ୍କର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ମଙ୍ଗଳବାର ଚିକିତ୍ସା ନିମନ୍ତେ ତାଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ବ୍ରହ୍ମଗିରି ଅଞ୍ଚଳରେ ଜଣେ ଯୁବକ ବାହାରୁ ଆସି ୨୩ ତାରିଖରୁ ହୋମ କ୍ଵାରାଣ୍ଟାଇନରେ ଥିଲେ। ସୋମବାର ରାତିରେ ତାଙ୍କର ଛାତିରେ ଯନ୍ତ୍ରଣା ହୋଇଥିଲା। ଏ ନେଇ ସ୍ବାସ୍ଥ୍ୟକେନ୍ଦ୍ରକୁ ଯିବାପାଇଁ କୌଣସି ଗାଡ଼ି ମଧ୍ୟ ମିଳି ନ ଥିଲା। ଉକ୍ତ ଯୁବକ ଜଣକ ୧୦୪କୁ ଯୋଗାଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିଲା ନାହିଁ। ଲକଡାଉନ ଯୋଗୁ ସବୁ ଯାନବାହନ ବନ୍ଦ ରହିଥିବାରୁ ଅଞ୍ଚଳରେ ଲୋକମାନେ ଭୟଭୀତ ହୋଇପଡ଼ିଥିଲେ। ପରେ ଖବରପାଇ ଘଟଣାସ୍ଥଳରେ ଜଣେ ଆଶାକର୍ମୀ ଆସି ଦେଖିବା ପରେ ସ୍ଥାନୀୟ ସ୍ବାସ୍ଥ୍ୟକର୍ମୀମାନେ ପହଞ୍ଚି ପଚରାଉୁଚରା ପରେ ତାଙ୍କୁ ପୁରୀ ନେଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପୁରୀ,୩୦।୩(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍‌ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ…

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri