ହୋମ କ୍ୱାରାଣ୍ଟାଇନରେ 25266 ବିଦେଶ, ଅନ୍ୟ ରାଜ୍ୟ ଫେରନ୍ତା

ଛତ୍ରପୁର,୪।୪(ଡି.ଏନ୍‌.ଏ.)- କରୋନା ଭୂତାଣୁ ପ୍ରତିହତ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାକୁ ବିଦେଶ ଓ ଅନ୍ୟ ରାଜ୍ୟରୁ ଫେରିଥିବା ବହିରାଗତଙ୍କ ମଧ୍ୟରୁ ବର୍ତ୍ତମାନ 25 ହଜାର 266 ଜଣ ହୋମ୍ କ୍ୱାରାଣ୍ଟାଇନରେ ଅଛନ୍ତି। ସେଥିମଧ୍ୟରେ 415 ଜଣ ବିଦେଶରୁ ଫେରିଥିବାବେଳେ 24 ହଜାର 851 ଜଣ ରାଜ୍ୟ ବାହାରୁ ଫେରିଥିଲେ। ତାଙ୍କ ଘର ବାହାରେ ସୂଚନାଫଳକ ଲଗାଯାଇ ପ୍ରତିଦିନ ଅଙ୍ଗନଓ୍ବାଡି ଓ ସ୍ବାସ୍ଥ୍ୟକର୍ମୀ ସେମାନଙ୍କ ଘରକୁ ଯାଇ ଭଲମନ୍ଦ ପଚାରି ବୁଝୁଛନ୍ତି। ଏଥିସହ ପ୍ରତିଦିନ ଏ ସମ୍ପର୍କିତ ରିପୋର୍ଟ ଜିଲାପାଳଙ୍କ ନିକଟକୁ ପଠାଯାଉଛି। ଅପରପକ୍ଷରେ 315 ଜଣ ବିଦେଶ ଫେରନ୍ତାଙ୍କ ହୋମ କ୍ୱାରାଣ୍ଟାଇନ ଅବଧି ସରିଯାଇଛି। ତେବେ ଅବଧି ସରିଲା ପରେ ମଧ୍ୟ ଅନ୍ୟମାନଙ୍କ ଭଳି ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ଗଞ୍ଜାମ ଜିଲାକୁ ମୋଟ ୭୩୦ ଜଣ ବିଦେଶରୁ ଫେରିଥିଲା ବେଳେ 24 ହଜାର 851 ଜଣ ବାହାର ରାଜ୍ୟରୁ ଫେରିଥିଲେ। ବର୍ତ୍ତମାନ ସୁଦ୍ଧା 158 ଜଣ କରୋନା ସନ୍ଦିଗ୍ଧଙ୍କ ପରୀକ୍ଷା କରାଯାଇଥିଲା, ତେବେ କେହି ସଂକ୍ରମିତ ନ ଥିବା ଜଣାପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri