Heavy rain at Mahim on Wednesday. Express photo by Nirmal Harindran, 4th September 2019, Mumbai.
ଭୁବନେଶ୍ୱର,୯।୩(ବ୍ୟୁରୋ): ହୋଲିକୁ ଫିକା କରିଦେବ ବର୍ଷା। ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୧୦ରେ କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, ନୂଆପଡ଼ା, ନବରଙ୍ଗପୁରରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିଦିନ କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ନୂଆପଡ଼ା, ବରଗଡ଼ ଓ ମୟୂରଭଞ୍ଜ ଆଦି ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବ। ତେଣୁ ଏ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୧ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲା ସମେତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ସୋନପୁର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ନୂଆପଡ଼ାରେ ବର୍ଷା ହେବ। ଉକ୍ତଦିନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସୋନପୁର, ବଲାଙ୍ଗୀର, କନ୍ଧମାଳ ଓ ବାଲେଶ୍ୱରରେ ୩୦ରୁ ୪୦କିମି ବେଗରେ ପବନ ବହିବା ସହିତ ବଜ୍ରପାତ ହେବ। ଏ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୨ତାରିଖ ଦିନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ବଲାଙ୍ଗୀର, ସୋନପୁର, ନୂଆପଡ଼ା, ବୌଦ୍ଧ, ବାଲେଶ୍ୱର ଓ ରାଜ୍ୟର ଆଉକିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି। ଏଥିସହ ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ଢେଙ୍କାନାଳ, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବ। ଏସବୁ ସ୍ଥାନରେ ୩୦ରୁ ୪୦କିମି ବେଗରେ ପବନ ବହିବ। ସେଥିପାଇଁ ଏ ସମସ୍ତ ଜିଲାକୁ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି। ଅନ୍ୟପଟେ ସୋମବାର ପାଗ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।