ହୋଲିରେ ମଦ୍ୟପଙ୍କ ଉପରେ ରହିବ କଡ଼ା ନଜର: ସହରରେ ମୁତୟନ ହେବ ୧୩ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର, ୮।୩(ବ୍ୟୁରୋ): ହୋଲିକୁ ଆଖି ଆଗରେ ରଖି କମିଶନରେଟ ପୋଲିସ ବ୍ୟାପକ ପ୍ରସ୍ତୁତି ଚଳାଇଛି। ରାଜଧାନୀରେ ଯେଭଳି କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତି ନ ଉପୁଜିବ ସେଥିଲାଗି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ହୋଲିଦିନ ସହରରେ ପ୍ରାୟ ୧୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ। ଏଥିସହ ବିଭିନ୍ନ ଛକ ଓ ସମ୍ବେଦନଶୀଳ ସ୍ଥାନରେ ଅଧିକ ଫୋର୍ସ ନିୟୋଜିତ କରାଯିବ। ବିଶେଷକରି ମଦପଙ୍କ ଉପରେ କଡ଼ା ନଜର ରହିବ। ଅନ୍ୟପକ୍ଷରେ ପୂର୍ବ ବର୍ଷଗୁଡ଼ିକରେ ହୋଲିରେ ହତ୍ୟାକାଣ୍ଡ ଓ ଗଣ୍ଡଗୋଳ ଘଟିଥିବା ନଜିର ରହିଛି। ବିଶେଷକରି ପୂର୍ବଶତ୍ରୁତାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବାର ସମ୍ଭାବନା ରହିଛି। ରଙ୍ଗ ଖେଳ ନାଁରେ ଆକ୍ରମଣ ହେଉଥିବାରୁ ଏଥର କମିଶନରେଟ ପୋଲିସ ଏଥିପ୍ରତି ସତର୍କ ରହିଛି। ଗତବର୍ଷ ହୋଲିରେ ସିଆର୍‌ପି ଛକରେ ଦୁଇଗୋଷ୍ଠୀ ମୁହଁାମୁହିଁ ହୋଇ ଲହୁଲୁହାଣ ହୋଇଥିଲେ। ଗୋଟିଏ ଗୋଷ୍ଠୀ ଭୋଜି କରି ଖାଉଥିବାବେଳେ ପ୍ରତିପକ୍ଷ ଗୋଷ୍ଠୀର ସଦସ୍ୟମାନେ ମୁହଁରେ ରଙ୍ଗ ବୋଳି ହୋଇ ଆସି ସେଠାରେ ପହଞ୍ଚତ୍ ଆକ୍ରମଣ କରିଥିଲେ। ତେଣୁ ହୋଲିରେ ଯେଭଳି ଗୋଷ୍ଠୀ ସଂଘର୍ଷ ନ ଘଟିବ ସେଥିପ୍ରତି ଅଧିକ ସୁରକ୍ଷା ଗ୍ରହଣ କରାଯାଇଥିବା ଡିସିପି ଅନୁପ ସାହୁ କହିଛନ୍ତି।

ଏହାସହ ଅଗ୍ନିଶମ ବିଭାଗର କର୍ମଚାରୀ ମଧ୍ୟ ଆଲର୍ଟ ରହିବେ। କୁଆଖାଇ ବ୍ରିଜ୍‌ ନିକଟରୁ ଟଙ୍କପାଣି ରୋଡ୍‌ କେନାଲ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଅଗ୍ନିଶମବାହିନୀ ଜଗି ରହିବେ। ଗାଧୋଇବାବେଳେ ବୁଡିଗଲେ ତୁରନ୍ତ ଅଗ୍ନିଶମ କର୍ମଚାରୀମାନେ ସେମାନଙ୍କୁ ଉଦ୍ଧାର କରିବେ। ସେହିଭଳି କ୍ୟାପିଟାଲ ହସ୍ପିଟାଲକୁ ମଧ୍ୟ ସଜାଗ ରହିବାକୁ କୁହାଯାଇଛି। ଗଣ୍ଡଗୋଳ ହେଉ ଅବା ପାଣିରେ ବୁଡ଼ିଯାଉଥିବା ଲୋକଙ୍କୁ ଯେପରି ତୁରନ୍ତ ଚିକିତ୍ସା ମିଳିବ ସେଥିପ୍ରତି ଆବଶ୍ୟକ ବନ୍ଦୋବସ୍ତ କରିବାକୁ ହସ୍ପିଟାଲ ଫାଣ୍ଡି ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି। ହୋଲି ଦିନ ମଦ୍ୟପଙ୍କ ଉପତ୍ାତ ବଢିବା ଆଶା କରାଯାଉଛି। ମଦ୍ୟପାନ କରି ଗାଡ଼ି ଚଳାଇବା ସହ ଗଣ୍ଡଗୋଳ କଲେ ପୋଲିସ ସେମାନଙ୍କୁ ଗିରଫ କରିବ। ପିସିଆର ଭ୍ୟାନ୍‌ ପଇଁତରା ମାରିବା ସହ ମେଳି ହେଉଥିବା ସ୍ଥାନ ଉପରେ ନଜର ରଖିବ ବୋଲି ଡିସିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri