ହୋଲି ଖେଳସାରି କାଠଯୋଡ଼ିରେ ଗାଧୋଇବା ବେଳେ ବାଳକ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ନରାଜ,୧୦।୩ (ଡି.ଏନ୍‌.ଏ.): ହୋଲିରେ ରଙ୍ଗ ଖେଳି ଗାଧୋଇବା ବେଳେ କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ନରାଜ ବ୍ୟାରେଜ ଅରିଲ ଗ୍ରାମ ନିକଟ କାଠଯୋଡ଼ି ନଦୀରେ ବୁଡି ମଙ୍ଗଳବାର ଜଣେ ବାଳକ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ଭୁବନେଶ୍ୱରର ଏକ ଘରୋଇ ସ୍କୁଲର ଛାତ୍ର ଶାଶ୍ୱତ ସାହୁ।

ଖବରରୁ ପ୍ରକାଶ, ଶାଶ୍ୱତ ତାଙ୍କ ୨ଜଣ ପୁଅ,୨ଜଣ ଝିଅ ବନ୍ଧୁଙ୍କ ସହ ଅପରାହ୍ନ ୧ଟା ସମୟରେ ନଦୀରେ ଗାଧୋଇବା ଲାଗି ଆସିଥିଲେ। ଏହି ସମୟରେ ଅସାବଧାନତା ବଶତଃ ଗୋଡ଼ ଖସିଯିବାରୁ ଶାଶ୍ୱତ ନଦୀସ୍ରୋତରେ ଭାସିଯାଇ ବୁଡିଯାଇଛନ୍ତି। ଖବର ପାଇ ସିଡିଏ ଅଗ୍ନିଶମ ବିଭାଗ, ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

ସୂଚନାଯୋଗ୍ୟ, ଅନ୍ୟ ଏକ ଘଟଣାକ୍ରମରେ ମଙ୍ଗଳବାର କଟକ ନିକଟ ୪୨ମୌଜାର କାଠଯୋଡ଼ି ନଦୀରେ ବୁଡି ଦୁଇ ବାଳକଙ୍କ ମୃତ୍ୟୁ ହୋଇଛି। ମୃତକଦ୍ବୟ ହେଲେ ନିଶାନ୍ତ ପାଢ଼ୀ ଏବଂ ସୁଭମ କୁମାର ବେହେରା। ଉଭୟଙ୍କ ଘର ନେତାଜୀ ନଗରର ହୋଇଥିବା ବେଳେ ସେମାନେ ଅଷ୍ଟମ ଶ୍ରେଣୀର ଛାତ୍ର ବୋଲି ଜଣାପଡ଼ିଥିଲା। ହୋଲି ଖେଳିବା ପରେ ଉଭୟ ନଦୀରେ ଗାଧୋଇବାକୁ ଯାଇଥିଲେ। ସେଠାରେ ଗୋଡ଼ ଖସିଯିବାରୁ ସେମାନେ ମଧ୍ୟ ବୁଡି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri