ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..

ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ଶାଖା ପରିଚାଳକ ସୁନିଲ କୁମାର ଭତ୍ରା (୪୦) ମୃତ୍ୟୁବରଣ କରିଛନ୍ତି। ଏଥିସହ ଆଉ ଜଣେ କର୍ମଚାରୀ ଆହତ ହୋଇଛନ୍ତି। ସେ ହେଲେ ଅନୁରାଗ ଖୁଣ୍ଟିଆ। ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି।
ଘଟଣାରୁ ପ୍ରକାଶ ଯେ, ଆଜି ହୋଲି ପର୍ବ ଥିବା ଯୋଗୁ ଶାଖା ପରିଚାଳକ ଏବଂ ଅନ୍ୟ କର୍ମଚାରୀମାନେ ମିଶି ଡହ ଜଳଭଣ୍ଡାରକୁ ଭୋଜି କରିବାକୁ ଯାଇଥିଲେ। ଭୋଜି ଖାଇବା ପରେ ଶାଖା ପରିଚାଳକ ଏବଂ ଅନ୍ୟ ଜଣେ ମିଶି
ଫେରିବା ସମୟରେ କାର ଗାଡିଟି ଡହ ନିକଟରେ ହିଁ ରାସ୍ତା କଡ଼ରେ ଥିବା ଏକ ଗଛକୁ ଧକ୍କା ଲଗାଇଥିଲା। ଫଳରେ ଉଭୟ ଆହତ ହୋଇଥିଲେ। ଶିକ୍ଷକ ନେତା ଜଗବନ୍ଧୁ ଜେନା ଏହି ସମୟରେ ସେହି ରାସ୍ତାରେ ଆସୁଥିବାବେଳେ ଘଟଣାଦେଖି ଆହତମାନଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରିଥିଲେ। ଏହାପରେ ଦମକଳବାହିନୀ ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଆଣିଥିଲେ। ମେଡିକାଲରେ ଡାକ୍ତର ଶାଖା ପରିଚାଳକ ସୁନିଲ କୁମାର ଭତ୍ରାଙ୍କୁ ମୃତ ଘୋଷଣା କରିଛନ୍ତି। ଅନ୍ୟ କର୍ମଚାରୀଙ୍କ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ଅନ୍ୟତ୍ର ପଠାଯାଇଛି। ଏହି ଘଟଣା ଜଣାପଡିବା ପରେ ସୋରଡ଼ା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଏଥିସହ ପୂର୍ବତନ ସୋରଡ଼ା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁ ପ୍ରମୁଖ ଭଞ୍ଜନଗର ମେଡିକାଲରେ ପହଞ୍ଚି ମୃତକଙ୍କ ଶେଷ ଦର୍ଶନ କରିଛନ୍ତି। ଏଥିସହ ଆହତଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ପଠାଇବା ବ୍ୟବସ୍ଥା କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସେମିଫାଇନାଲ୍‌ରେ ନ୍ୟୁଜିଲାଣ୍ଡକୁ ୧୭୦ ରନ୍‌ ଟାର୍ଗେଟ୍‌ ଦେଲା ଦକ୍ଷିଣ ଆଫ୍ରିକା

କୋଲକାତା,୪।୩: ଟି୨୦ ବିଶ୍ୱକପର ପ୍ରଥମ ସେମିଫାଇନାଲ୍‌ କୋଲକାତାର ଇଡେନ ଗାର୍ଡେନ୍ସରେ ଖେଳାଯାଉଛି। ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୧୬୯/୮ ସ୍କୋର କରିଥିଲା। ଦକ୍ଷିଣ…

ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ

ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ…

ଖରସ୍ରୋତା ନଦୀରେ ଗାଧୋଉଥିଲେ ଶୁଭ ସଂକଳ୍ପ: ହଠାତ୍‌ ବୁଡ଼ିଗଲେ, ତା’ପରେ…

ଆଳି, ୪/୩(ବନମାଳୀ ସେନାପତି):ରଙ୍ଗର ପର୍ବ ହୋଲି ପାଇଁ ଗାଁଠୁ ସହର ଉତ୍ସବମୁଖର ଥିବାବେଳେ ହୋଲି ଖେଳି ସାରି ନଦୀରେ ସାଙ୍ଗ ପିଲାଙ୍କ ସହ ନଦୀରେ ଗାଧୋଉଥିବା ବେଳେ…

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର…

ହୋଲିରେ ବଡ଼ ଦୁର୍ଘଟଣା: ଦୁଇ ବାଇକ ମୁହାଁମୁହିଁ ଧକ୍କା, ଶିଶୁ ସମେତ ୪ ମୃତ

ଫୁଲବାଣୀ, ୪ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇ ବାଇକ…

ପ୍ରଥମ ସେମିଫାଇନାଲରୁ ୪ ଖେଳାଳି ବାଦ୍‌, ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୪।୩: T୨୦ ବିଶ୍ୱକପ୍‌ ୨୦୨୬ର ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ଆରମ୍ଭ ହୋଇଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ ଜିତି…

ରାଇପଦା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା, ୩…..

ଜି.ଉଦୟଗିରି,୪ା୩(ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଠାରୁ କଳିଙ୍ଗା ରାଜ୍ୟ ରାଜପଥ ରାଇପଦା ଦୀର୍ଘ ବୁଲାଣି ଠାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି ।…

ଜିତିବାର କିଛି ଗ୍ୟାରେଣ୍ଟି ନାହିଁ…ଇଂଲଣ୍ଡ ବିପକ୍ଷ ସେମିଫାଇନାଲ ପୂର୍ବରୁ ଏମିତି କହିଲେ ଟିମ୍‌ ଇଣ୍ଡିଆ କୋଚ୍‌?

ମୁମ୍ବାଇ,୪।୩: T୨୦ ବିଶ୍ୱକପ ୨୦୨୬ର ହାଇଭୋଲଟେଜ ସେମିଫାଇନାଲରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ମୁକାବିଲା ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ ଭାରତୀୟ ଦଳର ବୋଲିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri