ହୋଲ୍ଡିଂ ଟିକସ ବୃଦ୍ଧି ନିଷ୍ପତ୍ତି, ପାର୍କିଂ ଫିକୁ ବିରୋଧ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ବିଏମ୍‌ସି ହୋଲ୍ଡିଂ ଟିକସ ବୃଦ୍ଧି ଓ ବେଆଇନ ପାର୍କିଂ ଫି ଆଦାୟକୁ ତୀବ୍ର ବିରୋଧ କରିଛି ସମାଜବାଦୀ ପାର୍ଟି, ସିପିଏମ୍‌, ଫର୍‌ଓ୍ବାର୍ଡ଼ ବ୍ଲକ୍‌ ଓ ସିପିଆଇ(ଏମଏଲ)। ଶୁକ୍ରବାର ଏହି ୪ ଦଳ ମିଳିତ ଭାବେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) କାର୍ଯ୍ୟାଳୟ ଘେରାଉ କରିବା ସହ ଏହା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ମାଧ୍ୟମରେ ପ୍ରତିବାଦ ଜଣାଇଛି। ହୋଲ୍ଡିଂ ଟିକସ ବୃଦ୍ଧି ନିଷ୍ପତ୍ତିକୁ ବିଏମ୍‌ସି ତୁରନ୍ତ ପ୍ରତ୍ୟାହାର କରୁ ଓ ବେଆଇନ ପାର୍କିଂ ଫି ଆଦାୟର ତଦନ୍ତ କ୍ରାଇମବ୍ରାଞ୍ଚ କରୁ ବୋଲି ଦାବିକରି ଧାରଣା ଦିଆଯାଇଥିଲା। ବିଏମ୍‌ସି ଅତିରିକ୍ତ କମିଶନର ଧାରଣା ସ୍ଥଳରେ ପହଞ୍ଚତ୍ବା ପରେ ତାଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ରାଜଧାନୀବାସୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଉଚିତ ନିଷ୍ପତ୍ତି ନିଆଯିବ ବୋଲି ସେ ପ୍ରତିଶ୍ରୁତି ଦେବା ସହ ବେଆଇନ ପାର୍କିଂ ଫି ଆଦାୟ ଉପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ। ପ୍ରତିବାଦ କାର୍ଯ୍ୟକ୍ରମରେ ସମାଜବାଦୀ ପାର୍ଟି ସଭାପତି ରବି ବେହେରା, ସିପିଏମ୍‌ର ସୁରେଶ ପାଣିଗ୍ରାହୀ, ଫର୍‌ଓ୍ବାର୍ଡ଼ ବ୍ଲକ୍‌ର ଜ୍ୟୋତି ରଞ୍ଜନ ମହାପାତ୍ର ଓ ସିପିଆଇ(ଏମଏଲ)ର ମହେନ୍ଦ୍ର ପରିଡା ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri