ହ୍ବାଟ୍ସଆପ୍‌ରେ ବରିଷ୍ଠଙ୍କ କଥା ବୁଝିବେ ପୋଲିସ

ଭୁବନେଶ୍ୱର,୧୨।୪ (ବ୍ୟୁରୋ): କମିଶନରେଟ ପୋଲିସକୁ ଏବେ ଘାରିଛି ବରିଷ୍ଠ ନାଗରିକଙ୍କ ଚିନ୍ତା। କାରଣ ଏମାନଙ୍କୁ କରୋନା ଭୂତାଣୁ ସଂକ୍ରମଣ କରିବାର ଅଧିକ ଆଶଙ୍କା ରହୁଛି। ଯଦିଓ ଓଡ଼ିଶାରେ ଏପରି ସ୍ଥିତିର ନଜିର ନାହିଁ, ତଥାପି ସମ୍ଭାବନାକୁ ଦୃଷ୍ଟିରେ ରଖି ତତ୍ପରତା ପ୍ରକାଶ କରିଛି ପୋଲିସ। ସେମାନେ ଯେପରି ଘରୁ ନ ବାହାରିବେ ତାହା ଉପରେ ଗୁରୁତ୍ୱ ଦିଆଯାଉଛି। ଏଥିଲାଗି ଆବଶ୍ୟକ ସାମଗ୍ରୀ ସେମାନଙ୍କୁ ଯୋଗାଇ ଦେବା ସହ ସମସ୍ୟା ବୁଝିବାକୁ ସମସ୍ତ ଥାନାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଢଙ୍ଗୀ। ଏନେଇ ଶନିବାର ଷଡ଼ଙ୍ଗୀ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଅତିରିକ୍ତ ପୋଲିସ କମିଶନର ସଞ୍ଜୟ ସିଂ, ଡିସିପି ଅନୁପ ସାହୁ, ଟ୍ରାପିକ ଡିସିପି ସାଗରିକା ନାଥ, ଡିସିପି (ସିକ୍ୟୁରିଟି)ନିର୍ମଳ ଶତପଥୀ ପ୍ରମୁଖଙ୍କ ସହ ଆଲୋଚନା କରିଥିଲେ। ଏନେଇ ହ୍ବାଟ୍‌ସ ଆପ୍‌ ଗ୍ରୁପ୍‌ ଖୋଲିବାକୁ ସବୁ ଥାନାର ନୋଡାଲ ଅଫିସରଙ୍କୁ କୁହାଯାଇଛି। ଉକ୍ତ ଗ୍ରୁପ୍‌ରେ ସ୍ଥାନୀୟ ଅଞ୍ଚଳର ବରିଷ୍ଠ ନାଗରିକଙ୍କୁ ଯୋଡ଼ିବା ସହ ନୋଡାଲ ଅଫିସରମାନେ ନିୟମିତ ସେମାନଙ୍କ ସମ୍ପର୍କରେ ରହିବେ। ବରିଷ୍ଠ ନାଗରିକମାନେ ଯାହା ଆବଶ୍ୟକ କରୁଥିଲେ ଉକ୍ତ ଗ୍ରୁପ୍‌ରେ ମେସେଜ୍‌ କରି ଜଣାଇବେ। ଏହାପରେ ନୋଡାଲ ଅଫିସର ଜଣକ ଥାନାରୁ ଜଣେ ପୋଲିସ କର୍ମଚାରୀ ପଠାଇ ଉକ୍ତ ବରିଷ୍ଠ ନାଗରିକଙ୍କୁ ଆବଶ୍ୟକ ସାମଗ୍ରୀ ଯୋଗାଇ ଦେବା ସହ ସମସ୍ୟାର ସମାଧାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ

ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍‌ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri