ହ୍ବାଟ୍ସଆପ୍‌ରେ ବିଏମ୍‌ସି କମିଶନରଙ୍କ ନାମରେ ଗୁଜବ ପ୍ରଚାର

ଭୁବନେଶ୍ୱର,୨୦ା୩(ବ୍ୟୁରୋ): କରୋନା ଭାଇରସକୁ ନେଇ ସମଗ୍ର ବିଶ୍ୱ ଚିନ୍ତାଗ୍ରସ୍ତ। ରାଜ୍ୟ ସରକାର କରୋନା ଭାଇରସ ସଂକ୍ରମଣକୁ ରୋକିବାକୁ ଅନେକ ପଦକ୍ଷେପ ନେଇଛନ୍ତି। ଏହି ଭୟ ବାତାବରଣର ଫାଇଦା ଉଠାଇ କିଛି ମନ୍ଦ ଉଦ୍ଦେଶ୍ୟର ବ୍ୟକ୍ତି ବିଏମସି କମିଶନରଙ୍କ ନାମରେ ଗୁଜବ ତଥା ମିଥ୍ୟା ମେସେଜ ହ୍ବାଟ୍ସଆପରେ ଛାଡ଼ିଛନ୍ତି। ଫଳରେ ଏବେ ହ୍ବାଟ୍ସଆପରେ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧାରୀଙ୍କ ନାମରେ ମିଥ୍ୟା ମେସେଜ୍‌ ଘୂରି ବୁଲୁଛି।
ଏହି ମେସେଜ ଅନୁଯାୟୀ, ବିଏମସି କମିଶନର ସମଗ୍ର ଭୁବନେଶ୍ୱରବାସୀଙ୍କୁ ଅନୁରୋଧ କରିଛନ୍ତି, ରାତି ୧୦ରୁ ସକାଳ ୫ଟା ପର୍ଯ୍ୟନ୍ତ କେହି ଘରୁ ବାହାରିବେ ନାହିଁ। ଏହି ସମୟରେ କରୋନା ପାଇଁ ଔଷଧ ସିଞ୍ଚନ କରାଯିବ। ତେଣୁ ସମସ୍ତ ଭୁବନେଶ୍ୱରବାସୀ ଘର ଭିତରେ ରହିବେ।
ଏହି ମେସେଜକୁ ବିଏମସି କମିଶନର ଚୌଧାରୀ ସମ୍ପୂର୍ଣ୍ଣରୂପେ ଖଣ୍ଡନ କରିବା ସହ ସେ ଏପରି କୌଣସି ମେସେଜ ଦେଇନାହାନ୍ତି ବୋଲି କହିଛନ୍ତି। ସାମ୍ପ୍ରତିକ ସ୍ଥିତିରେ ଏହିଭଳି ବିଭ୍ରାନ୍ତିକର ମେସେଜକୁ ବିଶ୍ୱାସ ନ କରିବାକୁ ସେ ଲୋକଙ୍କୁ ଅନୁରୋଧ କରିଛନ୍ତି। ଏଥିସହ ଏହି ଫେକ ମେସେଜ ନେଇ ତଦନ୍ତ କରାଯିବା ସହ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଦଣ୍ଡିତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଅକ୍ଷୟ ତୃତୀୟାରେ ଗୋଟିଏ ଟଙ୍କା ଖର୍ଚ୍ଚ ନକରି ବି ପାଇବେ ମହାଲାଭ, କରନ୍ତୁ ଏହି ଗୋଟିଏ କାମ…

ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri