ହ୍ବାଟ୍ସ ଆପ୍‌, ଫୋନରେ ଜଣାଇ ହେବ ଅଭିଯୋଗ

ଛତ୍ରପୁର,୨୩ା୮(ଡି.ଏନ.ଏ.)-ଗଞ୍ଜାମ ଜିଲାର ଜନସାଧାରଣ ଏଣିକି ସେମାନଙ୍କ ଅଭିଯୋଗ ଜିଲା ପ୍ରଶାସନକୁ ଫୋନ୍‌ କରି ଜଣାଇପାରିବେ। ଏ ନେଇ ଗୁରୁବାର ପୂର୍ବାହ୍ନରେ ଜିଲା ପ୍ରଶାସନ ପକ୍ଷରୁ ଏକ ମୋବାଇଲ ନମ୍ବର ୯୪୩୭୫୬୩୮୦୦ ଜାରି କରାଯାଇଛି। ଏହି ନମ୍ବରରେ ହ୍ବାଟ୍ସ ଆପ୍‌ ଜରିଆରେ ମଧ୍ୟ ଲୋକେ ଅଭିଯୋଗ, ସମସ୍ୟା ଜଣାଇପାରିବେ। ଗୁରୁବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ସୂଚନା ଦେଇଛନ୍ତି। ଏଥିପାଇଁ ଜିଲାପାଳ ଏକ ଅଡିଓ ଟେପ୍‌ ମଧ୍ୟ ଜାରି କରିଛନ୍ତି। ଯାହାକି ଏବେ ବିଭିନ୍ନ ସୋସିଆଲ ମିଡିଆରେ ପ୍ରସାରଣ କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଏହି ପଦକ୍ଷେପ ନିଆଯାଇଥିବା ଜିଲାପାଳ କହିଛନ୍ତି। ସେ ଆହୁରି କହିଛନ୍ତି, କୌଣସି ବିଭାଗର ଅଧିକାରୀ ଓ କର୍ମଚାରୀ ଠିକ୍‌ ସେବା ଦେଉନାହାନ୍ତି କିମ୍ବା ବିଳମ୍ବ କରୁଛନ୍ତି ସେ ସମ୍ପର୍କିତ ଅଭିଯୋଗ ଏହି ନମ୍ବରକୁ କଲ୍‌ କରି କିମ୍ବା ମେସେଜ୍‌ କରି ଜନସାଧାରଣ ଜଣାଇପାରିବେ ା ଉକ୍ତ ଅଭିଯୋଗ କିମ୍ବା ମେସେଜ୍‌କୁ ଏକ ରେଜିଷ୍ଟ୍ରରରେ ଉଲ୍ଲେଖ ରଖାଯିବ ା ଜନସାଧାରଣଙ୍କ ଅଭିଯୋଗ କିମ୍ବା ସମସ୍ୟା ସମ୍ପର୍କରେ ସମ୍ପୃକ୍ତ ବିଭାଗ ସହ ଏହାର ଦାୟିତ୍ୱରେ ଥିବା ସରକାରୀ ଅଧିକାରୀ ଯୋଗାଯୋଗ କରିବେ ା ଏହା ଉପରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ପର୍କରେ ଅଭିଯୋଗ କିମ୍ବା ସମସ୍ୟା ଜଣାଇଥିବା ଜନସାଧାରଣଙ୍କୁ ଅବଗତ କରାଯିବ ା ଏଥିପାଇଁ ଗୁରୁବାର ଏକ ପ୍ରୋଜେକ୍ଟ ମନିଟରିଂ ୟୁନିଟ୍‌ ଗଠନ ହୋଇଛି ା ୨୪ ଘଣ୍ଟା ଏହା ଚାଲୁରହିବ। ବର୍ତ୍ତମାନ ୩ ସିଫ୍ଟରେ କର୍ମଚାରୀ ରହିବେ। କାର୍ଯ୍ୟ ବ୍ୟସ୍ତତା କିମ୍ବା ଅନ୍ୟ କାରଣରୁ ବିଭିନ୍ନ ସମୟରେ ଅଧିକାରୀ ଫୋନ୍‌ ଉଠାଉନାହାନ୍ତି। ଏହି ନମ୍ବର ଦ୍ୱାରା ଲୋକେ ସେମାନଙ୍କ ଅଭିଯୋଗ ଓ ସମସ୍ୟା ଜଣାଇବାରେ ସୁବିଧା ହେବ ବୋଲି ଜିଲାପାଳ କହିଛନ୍ତି। ରେସପନ୍ସ ଭଲ ଆସିଲେ ଏହାକୁ ଆହୁରି ବ୍ୟାପକ କରାଯିବ ବୋଲି ଜିଲାପାଳ ସୂଚନା ଦେଇଥିଲେ ା ଖବରଦାତା ସମ୍ମିଳନୀରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଲକ୍ଷ୍ମୀକାନ୍ତ ସେଠୀ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିରଞ୍ଚି ପ୍ରଧାନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

‘ପାଗଳ ଟ୍ରମ୍ପଙ୍କ ଆକ୍ରମଣ ବନ୍ଦ କର’: କାହାକୁ ଏମିତି କହିଲେ ପୂର୍ବତନ UN ପରମାଣୁ ନୀରିକ୍ଷଣ ମୁଖ୍ୟ

ଓ୍ବାଶିଂଟନ,୫।୪: ଜାତିସଂଘର ପରମାଣୁ ପ୍ରତ୍ୟକ୍ଷ ସଂସ୍ଥାର ପୂର୍ବତନ ମୁଖ୍ୟ ଶନିବାର ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟପ୍ରାଚ୍ୟକୁ ଅଗ୍ନିଗୋଲାରେ ପରିଣତ କରିବାରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ରୋକିବା ପାଇଁ ଅନୁରୋଧ କରିଛନ୍ତି।…

ବୁଶେହର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ ଇରାନର ବଡ଼ ଚେତାବନୀ, କହିଲା ଧ୍ୱଂସ ହୋଇଯିବ ଉପସାଗରୀୟ ରାଷ୍ଟ୍ର

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ଉଭୟ ପକ୍ଷରୁ ପରସ୍ପରର ସ୍ଥିତି ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri