ହ୍ୟାକିଂ ସମ୍ଭାବନା: ଅପ୍‌ଡେଟ୍‌ ଲାଗି ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୧୫-୫: ସିକ୍ୟୁରିଟି ଫିଚର୍ସରେ ତ୍ରୁଟି ପରିଲକ୍ଷିତ ହେବା ପରେ ହ୍ବାଟ୍ସଆପ୍‌ ଏହାର ୟୁଜରଙ୍କୁ ତୁରନ୍ତ ଏହି ଆପ୍‌କୁ ଅପ୍‌ଡେଟ୍‌ କରିନେବା ଲାଗି ଚେତାଇ ଦେଇଛି। କାରଣ ସିକ୍ୟୁରିଟିରେ ଥିବା ତ୍ରୁଟି ଯୋଗୁ ଯେକୌଣସି ମୂହୁର୍ତ୍ତରେ ୟୁଜରଙ୍କ ଫୋନ୍‌ ହ୍ୟାକ୍‌ ହୋଇଯିବାର ସମ୍ଭାବନା ରହିଛି ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ତେବେ ସୁରକ୍ଷାରେ ଥିବା ତ୍ରୁଟିକୁ ତୁରନ୍ତ ସଜାଡିନିଆଯାଇଥିବା କମ୍ପାନୀ କହିଛି। ପ୍ରାପ୍ତ ସୂଚନାରୁ ପ୍ରକାଶ ଯେ, ସିକ୍ୟୁରିଟି ଫିଚର୍ସରେ ତ୍ରୁଟିର ଫାଇଦା ଉଠାଇ ହ୍ୟାକର୍ସ ୟୁଜରଙ୍କ ମୋବାଇଲରେ ଏକ କଲ୍‌ କରି ଭାଇରସ୍‌ ଛାଡ଼ି ଦେଇପାରନ୍ତି। ୟୁଜରଙ୍କ ଫୋନ୍‌ କ୍ୟାମେରା ଏବଂ ମାଇକକୁ ମଧ୍ୟ ହ୍ୟାକ୍‌ କରିନିଆଯାଇପାରେ। ଏହାଛଡ଼ା ୟୁଜରଙ୍କ ଇ-ମେଲ୍‌ ଠାରୁ ଆରମ୍ଭ କରି ମେସେଜ୍‌ ଓ ଲୋକେଶନ ଡାଟା ପର୍ଯ୍ୟନ୍ତ ସବୁକିଛି ତଥ୍ୟ ହ୍ୟାକରଙ୍କ ହାତରେ ପହଞ୍ଚତ୍ୟାଇପାରେ ବୋଲି ହ୍ବାଟ୍ସଆପ୍‌ ସୂଚାଇଛି। ମିଡିଆରେ ପ୍ରକାଶିତ ତଥ୍ୟ ଅନୁଯାୟୀ, ସନ୍ଦେହଘେରରେ ଥିବା ଇସ୍ରାଏଲର ଏନ୍‌ଏସ୍‌ଓ ଗ୍ରୁପ୍‌ ଏହି ସ୍ପାଇଓ୍ବେର ତିଆରି କରିଛି। ଏହି ଗ୍ରୁପ୍‌ ମଧ୍ୟପ୍ରାଚ୍ୟରୁ ଆରମ୍ଭ କରି ମେକ୍ସିକୋ ପର୍ଯ୍ୟନ୍ତ ସରକାରୀ ଅଧିକାରୀ ତଥା ଖବରଦାତାଙ୍କ ପାଇଁ ଗୋଇନ୍ଦାଗିରିରେ ସହାୟତା କରୁଛି। ଚଳିତ ମାସରେ ହ୍ବାଟ୍ସଆପ୍‌ ସିକ୍ୟୁରିଟିରେ ଥିବା ତ୍ରୁଟିକୁ ଧରିପାରିଥିଲା। ଏହା ଜାଣିବା ପରେ କମ୍ପାନୀ ତୁରନ୍ତ ଏହାକୁ ସୁଧାରିବା କାର୍ଯ୍ୟରେ ଲାଗି ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ

ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍‌ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri