Posted inଖେଳ

ହ୍ୟାକ୍‌ ହେଲା ଅଲିମ୍ପିକ୍ସ, ଆଇଓସି ଆକାଉଣ୍ଟ

ଟୋକିଓ,୧୬।୨- ଅଲିମ୍ପିକ୍ସ ଓ ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି)ର ଅଫିସିଆଲ ଟୁଇଟର ଆକାଉଣ୍ଟ ହ୍ୟାକ ହୋଇଯାଇଛି। ଏଥିଯୋଗୁ ଆକାଉଣ୍ଟକୁ ସାମୟିକ ଭାବେ ଲକ୍‌ କରିଦିଆଯାଇଛି। ଏ ନେଇ ଟୁଇଟର ପକ୍ଷରୁ ସ୍ପଷ୍ଟ କରାଯାଇଛି। ତୃତୀୟ ପ୍ଲାଟଫର୍ମ ଦ୍ୱାରା ହ୍ୟାକ ହୋଇଥିବା ସୋସିଆଲ ମିଡିଆର ପ୍ରବକ୍ତା ଇମେଲ ଜରିଆରେ କହିଛନ୍ତି। କିନ୍ତୁ ଅଧିକ ତଥ୍ୟ ଦିଆଯାଇନାହିଁ। ଆମେ ଏ ସମ୍ପର୍କରେ ଜାଣିବା ପରେ ଦୁଇ ଆକାଉଣ୍ଟକୁ ଲକ୍‌ କରି ଦେଇଛୁ। ହ୍ୟାକରଙ୍କଠାରୁ ମୁକ୍ତ କରିବା ପାଇଁ ଆମେ ପ୍ରୟାସ କରୁଛୁ ବୋଲି ଟୁଇଟର ପ୍ରବକ୍ତା କହିଛନ୍ତି। ଏ ଘଟଣା ସମ୍ପର୍କରେ ଆଇଓସି ତଦନ୍ତ ଜାରି ରଖିଛି। ଲୋକପ୍ରିୟ ସ୍ପାନିଶ ଫୁଟବଲ କ୍ଲବ ଏଫ୍‌ସି ବାର୍ସିଲୋନା ମଧ୍ୟ ସମାନ ସମସ୍ୟାର ସମ୍ମୁଖୀନ ହୋଇଛି। ବାର୍ସିଲୋନା ଦଳ ସାଇବର ସିକୁରିଟି ଓ ସମସ୍ତ ପ୍ରୋଟୋକଲ୍ସ ଲିଙ୍କ୍ସ ଯାଞ୍ଚ କରୁଛି। ଗତମାସରେ ଆମେରିକାର ଜାତୀୟ ଫୁଟବଲ କ୍ଲବ (ଏନ୍‌ଏଫ୍‌ଏଲ) ଦଳର ମଧ୍ୟ ଆକାଉଣ୍ଟ ମଧ୍ୟ ହ୍ୟାକ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?