Posted inଖେଳ

ହ୍ୟାଟ୍ରିକ ମ୍ୟାନ୍‌ ଚହରଙ୍କୁ୍‌ ପୂର୍ବତନ କ୍ରିକେଟରଙ୍କ ପ୍ରଶଂସା

ନୂଆଦିଲ୍ଲୀ,୧୧।୧୧- ଅନ୍ତର୍ଜାତୀୟ ଟି୨୦ରେ ପ୍ରଥମ ଭାରତୀୟ ଭାବେ ହ୍ୟାଟ୍ରିକ ଉଇକେଟ ହାସଲ କରିବା ପରେ ମିଡିୟମ ପେସର ଦୀପକ ଚହରଙ୍କୁ ପ୍ରଶଂସାର ସୁଅ ଛୁଟିଛି। ପୂର୍ବତନ କ୍ରିକେଟରମାନେ ମଧ୍ୟ ଚହରଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ୩.୨ ଓଭର ବୋଲିଂର କରି ୭ ରନ ବ୍ୟୟ କରି ୬ ଉଇକେଟ ହାସଲ ଚହର ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ। ଏହି କ୍ରମରେ ସେ ଟି୨୦ର ସଫଳତମ ବୋଲର ଭାବେ ଶ୍ରୀଲଙ୍କାର ଅଜନ୍ଥା ମେଣ୍ଡିସ (୬/୮)ଙ୍କୁ ପଛରେ ପକାଇଛନ୍ତି। କ୍ରିକେଟ ଆଇକନ୍‌ ସଚିନ ତେନ୍ଦୁଲକର, ପୂର୍ବତନ ବ୍ୟାଟ୍ସମ୍ୟାନ ଭିଭିଏସ୍‌ ଲକ୍ଷ୍ମଣ, ହରଭଜନ ସିଂ, ମହମ୍ମଦ କୈଫ୍‌ ଚହରଙ୍କୁ ପ୍ରଶଂସା କରିଛନ୍ତି।
ଚହର ଅତ୍ୟନ୍ତ ଚତୁରତା ସହ ବୋଲିଂ କରି ଏଥିରେ ବିଭିଧତା ଆଣି ଠିକ୍‌ ସମୟରେ ଗୁରୁତ୍ୱପୂର୍ଣ୍ଣ ଉଇକେଟ ଅକ୍ତିଆର କରିଥିଲେ ଓ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ ବୋଲି ସଚିନ କହିଛନ୍ତି। ସେହିପରି ଟି୨୦ ବୋଲର ଭାବେ ଚହର ନିଜର ଦକ୍ଷତା ପ୍ରମାଣ କରିଛନ୍ତି। ନୂଆ ବଲ୍‌ରେ ତାଙ୍କର ଉଇକେଟ ହାସଲ କରିବାର କ୍ଷମତା ରହିଛି। ମିଡଲ ଓ ଏଣ୍ଡ ଓଭରରେ ସେ ଭଲ ବୋଲିଂ କରିବାରେ ସଫଳ ହୋଇଛନ୍ତି। ତାଙ୍କ ବୋଲିଂରେ ବିବିଧତା ରହିଛି ବୋଲି ଲକ୍ଷ୍ମଣ କହିଛନ୍ତି। ହରଭଜନ ମଧ୍ୟ ତାଙ୍କର ଉଇକେଟ ହାସଲ କରିବାର କ୍ଷମତାକୁ ପ୍ରଶଂସା କରିଛନ୍ତି। ସେହିପରି ଓଦା ବଲ୍‌ରେ ହ୍ୟାଟ୍ରିକ ଅର୍ଜନ କରିବା କଷ୍ଟକର ବୋଲି ନିଶ୍ଚିତ ଭାବେ ପ୍ରଶଂସନୀୟ ବୋଲି କୌଫ କହିଛନ୍ତି। ଏହି ମ୍ୟାଚ୍‌ରେ ଭାରତ ୩୦ ରନରେ ବାଂଲାଦେଶକୁ ପରାସ୍ତ କରି ୨-୧ରେ ସିରିଜ ବିଜୟୀ ହୋଇଛି। ଏବେ ଭାରତ ଓ ବାଂଲାଦେଶ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜରେ ପରସ୍ପରକୁ ଭେଟିବେ। ପ୍ରଥମ ମ୍ୟାଚ୍‌ ଇନ୍ଦୋରରେ ୧୪ରୁ ୧୮ ତାରିଖ ମଧ୍ୟରେ ଖେଳାଯିବ। ସେହିପରି ଦ୍ୱିତୀୟ ଟେଷ୍ଟ କୋଲକାତାରେ ୨୨ ତାରିଖରୁ ଆରମ୍ଭ ହେବ ଓ ଏହା ଦିବାରାତ୍ର ଭିତ୍ତିକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ…

ସମୟରେ ପହଞ୍ଚିଲା ଆମ୍ବୁଲାନ୍ସ, ହେଲେ ୩ କିଲୋମିଟର ଖଟିଆରେ ବୁହାହେଲେ ଗର୍ଭବତୀ

ଗୁଡାରି,୧୨।୯,(ପ୍ରମୋଦ କୁମାର ପତି): ଗୁଡାରି ବ୍ଲକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳା ଚାମି ମାମ୍ବାଲାକା ସ୍ବାମୀ ଲାଜାରା କାଡ୍ରାକାଙ୍କୁ ପ୍ରସବ ବେଦନା ହେବା…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?