ୟସ୍‌ ବ୍ୟାଙ୍କରେ ସୁରକ୍ଷିତ ଅଛି ଜମାକାରୀଙ୍କ ଟଙ୍କା: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୬।୩: ୟସ୍‌ ବ୍ୟାଙ୍କରେ ସୃଷ୍ଟି ହୋଇଥିବା ଆର୍ଥିକ ସଙ୍କଟକୁ ଦେଖି ଏବେ ଚିନ୍ତାରେ ଗ୍ରାହକ। ବ୍ୟାଙ୍କର ଆର୍ଥିକ ସ୍ଥିତି ବିଗିଡିବା ଯୋଗୁ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛନ୍ତି। ଏଠାରେ ଏବେ ଟଙ୍କା ଉଠାଣ ଉପରେ କଟକଣା ଜାରି କରାଯାଇଥିବା ବେଳେ ଗ୍ରାହକ ଏକ ପ୍ରକାର ହଡବଡେଇ ଯାଇଛନ୍ତି। ଅନ୍ୟପଟେ ଏହାକୁ ନେଇ ରାଜନୀତି ମଧ୍ୟ ଆରମ୍ଭ ହୋଇ ଗଲାଣି। ଗୋଟିଏ ପଟେ କଂଗ୍ରେସ ନେତା ‘ୟସ୍‌ ବ୍ୟାଙ୍କ’କୁ ‘ନୋ ବ୍ୟାଙ୍କ’ କହିବା ବେଳେ ଅନ୍ୟପଟେ ଏହା ମୋଦି ସରକାରଙ୍କ ଚାଲ ବୋଲି ବିରୋଧୀ କହିଲେଣି। ଏହି ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି ୟସ୍‌ ବ୍ୟାଙ୍କରେ ଟଙ୍କା ଜମା ରଖିଥିବା ଗ୍ରାହକ ଆଦୌ ବିଚଳିତ ହେବା ଉଚିତ୍‌ ନୁହେଁ। କାହିଁକିନା ସେମାନଙ୍କ ଟଙ୍କା ସୁରକ୍ଷିତ ରହିଛି। ଶୁକ୍ରବାର ନିର୍ମଳା ଏହା କହିବା ସହ ସେ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ସହ ସମ୍ପର୍କରେ ରହିଛନ୍ତି ବୋଲି ଜନସାଧାରଣଙ୍କୁ ଆଶ୍ୱାସନା ଦେଇଛନ୍ତି। ଆଉ ଆର୍‌ବିଆଇ ଯେତେ ସମ୍ଭବ ଏହାର ସମାଧାନ କରିବ ବୋଲି ମଧ୍ୟ ନିର୍ମଳା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri