ୟସ୍‌ ବ୍ୟାଙ୍କରେ ସୁରକ୍ଷିତ ଅଛି ଜମାକାରୀଙ୍କ ଟଙ୍କା: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୬।୩: ୟସ୍‌ ବ୍ୟାଙ୍କରେ ସୃଷ୍ଟି ହୋଇଥିବା ଆର୍ଥିକ ସଙ୍କଟକୁ ଦେଖି ଏବେ ଚିନ୍ତାରେ ଗ୍ରାହକ। ବ୍ୟାଙ୍କର ଆର୍ଥିକ ସ୍ଥିତି ବିଗିଡିବା ଯୋଗୁ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛନ୍ତି। ଏଠାରେ ଏବେ ଟଙ୍କା ଉଠାଣ ଉପରେ କଟକଣା ଜାରି କରାଯାଇଥିବା ବେଳେ ଗ୍ରାହକ ଏକ ପ୍ରକାର ହଡବଡେଇ ଯାଇଛନ୍ତି। ଅନ୍ୟପଟେ ଏହାକୁ ନେଇ ରାଜନୀତି ମଧ୍ୟ ଆରମ୍ଭ ହୋଇ ଗଲାଣି। ଗୋଟିଏ ପଟେ କଂଗ୍ରେସ ନେତା ‘ୟସ୍‌ ବ୍ୟାଙ୍କ’କୁ ‘ନୋ ବ୍ୟାଙ୍କ’ କହିବା ବେଳେ ଅନ୍ୟପଟେ ଏହା ମୋଦି ସରକାରଙ୍କ ଚାଲ ବୋଲି ବିରୋଧୀ କହିଲେଣି। ଏହି ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି ୟସ୍‌ ବ୍ୟାଙ୍କରେ ଟଙ୍କା ଜମା ରଖିଥିବା ଗ୍ରାହକ ଆଦୌ ବିଚଳିତ ହେବା ଉଚିତ୍‌ ନୁହେଁ। କାହିଁକିନା ସେମାନଙ୍କ ଟଙ୍କା ସୁରକ୍ଷିତ ରହିଛି। ଶୁକ୍ରବାର ନିର୍ମଳା ଏହା କହିବା ସହ ସେ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ସହ ସମ୍ପର୍କରେ ରହିଛନ୍ତି ବୋଲି ଜନସାଧାରଣଙ୍କୁ ଆଶ୍ୱାସନା ଦେଇଛନ୍ତି। ଆଉ ଆର୍‌ବିଆଇ ଯେତେ ସମ୍ଭବ ଏହାର ସମାଧାନ କରିବ ବୋଲି ମଧ୍ୟ ନିର୍ମଳା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri