Posted inଜାତୀୟ

ୟୁଏପିଏ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୩ା୮(ପି.ଟି.): ଆତଙ୍କବାଦ ନିରୋଧୀ ଆଇନ (ୟୁଏପିଏ)ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନକୁ ଶୁକ୍ରବାର ପାର୍ଲାମେଣ୍ଟ ଅନୁମୋଦନ କରିଛି। ଫଳରେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ କେନ୍ଦ୍ର ଓ ରାଜ୍ୟ କର୍ତ୍ତୃପକ୍ଷ ଆତଙ୍କବାଦୀ ଘୋଷଣା କରିବା ସହ ତାଙ୍କ ସମ୍ପତ୍ତିକୁ ଜବତ କରିପାରିବେ। ୧୯୬୭ର ଆଇନରେ ସଂଶୋଧନ ପାଇଁ ସରକାର ଆଣିଥିବା ବେଆଇନ କାର୍ଯ୍ୟକଳାପ ନିବାରଣ (ସଂଶୋଧନ) ବିଲ୍‌କୁ ଶୁକ୍ରବାର ରାଜ୍ୟ ସଭା ଅନୁମୋଦନ କରିଛି। ବିଲ୍‌ ସପକ୍ଷରେ ୧୪୭ ଭୋଟ ପଡ଼ିଥିବାବେଳେ ବିପକ୍ଷରେ ୪୨ଟି ଭୋଟ ଯାଇଥିଲା। ବିଲ୍‌କୁ କଂଗ୍ରେସ ଓ ବିଏସ୍‌ପି ସମର୍ଥନ କରିଥିଲେ। ବିଲ୍‌କୁ ସିଲେକ୍ଟ କମିଟିକୁ ପଠାଇବା ପାଇଁ ବିରୋଧୀ ଦଳ ଆଣିଥିବା ପ୍ରସ୍ତାବ କାଟ୍‌ ଖାଇଯାଇଥିଲା। ପ୍ରସ୍ତାବ ସପକ୍ଷରେ ୮୫ ଭୋଟ ମିଳିଥିବାବେଳେ ବିପକ୍ଷରେ ୧୦୪ ଭୋଟ ପଡ଼ିଥିଲା। ଗତ ୨୪ ତାରିଖରେ ବିଲ୍‌ ଲୋକ ସଭାରେ ଗୃହୀତ ହୋଇଥିଲା।
ଆଲୋଚନାର ଉତ୍ତର ରଖି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ କହିଥିଲେ, ସଂଶୋଧିତ ଆଇନ କେବଳ ଆତଙ୍କବାଦ ଦମନ ପାଇଁ ବ୍ୟବହାର କରାଯିବ। ସଂଶୋଧିତ ଆଇନର ଅପବ୍ୟବହାର ହୋଇପାରେ ବୋଲି ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଚିନ୍ତାବ୍ୟକ୍ତ କରାଯାଇଥିବାବେଳେ ଏହାକୁ ଖଣ୍ଡନ କରି କାହାର ମାନବାଧିକାରର ଉଲ୍ଲଂଘନ ହେବ ନାହିଁ ବୋଲି ଶାହ ଗୃହକୁ ପ୍ରତିଶ୍ରୁତି ଦେଇଥିଲେ। କୌଣସି ବ୍ୟକ୍ତିଙ୍କୁ ଆତଙ୍କବାଦୀ ଘୋଷଣା କରିବା ପୂର୍ବରୁ ୪ ଥାକିଆ ଯାଞ୍ଚ ବ୍ୟବସ୍ଥା ରହିଛି। ଏଥିସହିତ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଅପିଲ୍‌ କରିବା ସୁଯୋଗ ବିଲ୍‌ରେ ରହିଛି। ଜଣେ ବ୍ୟକ୍ତି ଆତଙ୍କବାଦ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିଲେ, ଆତଙ୍କବାଦର ପ୍ରସାର ପାଇଁ କାର୍ଯ୍ୟ କରୁଥିଲେ କିମ୍ବା ଏଥିପାଇଁ ପ୍ରସ୍ତୁତି ଚଳାଇଥିଲେ ତାଙ୍କୁ ଆତଙ୍କବାଦୀ ଘୋଷଣା କରାଯାଇପାରିବ।
ଆତଙ୍କବାଦର କୌଣସି ଧର୍ମ ନାହିଁ, ଏହା ମାନବତା ବିରୋଧୀ। ତେଣୁ ଆତଙ୍କବାଦ ବିରୋଧରେ କଠୋର ଆଇନକୁ ସବୁ ଦଳ ସମର୍ଥନ କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri