Posted inଖେଳ

ୟୁଏସ୍‌ ଓପନ୍‌: ଜୋକୋଭିଚ୍‌, ଓସାକଙ୍କୁ ଟପ୍‌ ସିଡ୍‌

ନ୍ୟୁୟର୍କ, ୨୨।୮ (ଏଏଫ୍‌ପି)- ଚଳିତ ବର୍ଷର ଅନ୍ତିମ ତଥା ୪ର୍ଥ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ୟୁଏସ୍‌ ଓପନ୍‌ ଆସନ୍ତା ସପ୍ତାହରୁ ଆରମ୍ଭ ହେବାକୁ ଯାଉଛି। ଏହି ସମ୍ମାନଜନକ ଟେନିସ ପ୍ରତିଯୋଗିତାର ଏହା ହେବ ୧୩୯ତମ ସଂସ୍କରଣ। ସର୍ବିୟା ତାରକା ନୋଭାକ ଜୋକୋଭିଚ୍‌ ଓ ଜାପାନର ଟିନ୍‌ ଏଜ୍‌ ଖେଳାଳି ନାଓମି ଓସାକା ଯଥାକ୍ରମେ ପୁରୁଷ ଓ ମହିଳା ସିଙ୍ଗଲ୍ସରେ ଟପ୍‌ ସିଡ୍‌ ମାନ୍ୟତା ପାଇଛନ୍ତି। କ୍ୟାରିୟରର ୧୭ତମ ଟାଇଟଲ୍‌ ଜିତିବା ଲକ୍ଷ୍ୟରେ ରହିଥିବା ଜୋକୋଭିଚ୍‌ଙ୍କ ପଛକୁ ସ୍ପାନିଶ୍‌ ତାରକା ରାଫାଲ ନାଡାଲଙ୍କୁ ୨ୟ ସିଡ୍‌ ମାନ୍ୟତା ମିଳିଛି। ବିଶ୍ୱର ପୂର୍ବତନ ଏକ ନମ୍ବର ଖେଳାଳି ରୋଜର ଫେଡରର ତାଲିକାର ୩ୟ ସ୍ଥାନରେ ରହିଛନ୍ତି। ଅପରପକ୍ଷରେ ୨୦୧୮ ରନର୍ସଅପ୍‌ ସେରେନା ଓ୍ବିଲିୟମସନଙ୍କୁ ୮ମ ସିଡ୍‌ ମିଳିଛି। ଗତବର୍ଷ ଏଠାରେ ଅନୁଷ୍ଠିତ ମହିଳା ସିଙ୍ଗଲ୍ସ ଫାଇନାଲରେ ସେରେନାଙ୍କୁ ହରାଇ ଓସାକା କ୍ୟାରିୟରର ପ୍ରଥମ ଗ୍ରାଣ୍ଡସ୍ଲାମ ଟ୍ରଫି ଜିତିଥିଲେ। ଏହାପରେ ଚଳିତ ବର୍ଷ ପ୍ରାରମ୍ଭରେ ସେ ଅଷ୍ଟ୍ରେଲିଆନ୍‌ ଓପନ୍‌ ଟ୍ରଫି କବ୍‌ଜା କରିଥିଲେ। ଫ୍ରେଞ୍ଚ୍‌ ଓପନ୍‌ ବିଜୟିନୀ ଆଶଲେଘ ବାର୍ଟି ଓ ଓ୍ବିମ୍ବେଲଡନ ଚାମ୍ପିୟନ ସିମୋନା ହାଲେପ୍‌ ଯଥାକ୍ରମେ ୨ୟ ଓ ୪ର୍ଥ ସିଡ୍‌ ମାନ୍ୟତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri