Posted inଖେଳ

ୟୁଏସ୍‌ ଓପନ୍‌: ସିଡେଡ୍‌ ଖେଳାଳିଙ୍କ ଅଗ୍ରଗତି

ନ୍ୟୁୟର୍କ, ୨୮।୮(ଏଏଫ୍‌ପି)- ବର୍ଷର ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଲାମ୍‌ ଟୁର୍ନାମେଣ୍ଟ ୟୁଏସ୍‌ ଓପନ୍‌ର ପୁରୁଷ ଓ ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ସିଡେଡ ଖେଳାଳିମାନେ ଅଭିଯାନ ଆରମ୍ଭ କରିଛନ୍ତି। ସୋମବାର ଟପ୍‌ ସିଡ୍‌ ନୋଭାକ ଜୋକୋଭିଚ୍‌, ଫ୍ରେଞ୍ଚ୍‌ ଓପନ ଚାମ୍ପିୟନ ଆଶେଲେ ବାର୍ଟି, ତୃତୀୟ ସିଡ୍‌ କାରୋଲିନା ପ୍ଲିସ୍କୋଭା ପ୍ରଥମ ରାଉଣ୍ଡରେ ବିଜୟୀ ହୋଇ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି।
ପୁରୁଷ ସିଙ୍ଗଲ୍ସରେ ଗତଥରର ଚାମ୍ପିୟନ ସର୍ବିୟାର ଜୋକୋଭିଚ୍‌ ସ୍ପେନ୍‌ର ୭୬ତମ ର଼୍ୟାଙ୍କ୍‌ର ଖେଳାଳି ରୋବେର୍ଟୋ କାରବାଲେସ ବାଏନାଙ୍କୁ ୬-୪, ୬-୧, ୬-୪ ସେଟରେ ହରାଇ ଦ୍ୱିତୀୟ ରାଉଣ୍ଡକୁ ଉଠିଛନ୍ତି। ସେହିପରି ସୁଇଜରଲାଣ୍ଡର ଷ୍ଟାନିସଲାସ ଓ୍ବାରିଙ୍କା ୬-୩, ୭-୬, ୪-୬, ୬-୩ ସେଟରେ ଇଟାଲୀର ଜାନିକ ସିନରଙ୍କୁ ହରାଇ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ବେଲଜିୟମର ଡେଭିଡ ଗଫିନ୍‌ ୬-୩, ୩-୬, ୬-୪, ୬-୦ ସେଟ୍‌ରେ ଫ୍ରାନ୍ସର କରେଣ୍ଟିନ୍‌ ମୌଟେଟଙ୍କୁ ହରାଇ ଦ୍ୱିତୀୟ ରାଉଣ୍ଡକୁ ଉଠିଛନ୍ତି। ସେହିପରି ବିଶ୍ୱର ୫ ନମ୍ବର ଖେଳାଳି ରୁଷିଆର ଡାନିଲି ମେଡଭେଡେଭ ଭାରତର ପ୍ରଜନେଶ ଗୁଣେଶ୍ୱରନଙ୍କୁ ୬-୪, ୬-୧, ୬-୨ ସେଟରେ ହରାଇ ଅଗ୍ରଗତି କରିଛନ୍ତି। ସେହିପରି ସପ୍ତମ ସିଡ୍‌ ମାନ୍ୟତା ପାଇଥିବା ଜାପାନ ତାରକା କେଇ ନିଶିକୋରୀ ମଧ୍ୟ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ପ୍ରତିପକ୍ଷ ଖେଳାଳି ତଥା କ୍ୱାଲିଫାୟର ମାର୍କୋ ଟ୍ରୁଙ୍ଗେଲିଟି ଇଞ୍ଜୁରି କାରଣରୁ ଓହରିଯିବାରୁ ନିଶିକୋରୀ ଅଗ୍ରଗତି କରିଛନ୍ତି। ତେବେ ସେତେବେଳକୁ ସେ ୬-୧, ୪-୧ରେ ଅଗ୍ରଣୀ ରହିଥିଲେ। ସେହିପରି ଗ୍ରିଗର ଡିମିଟ୍ରୋଭ, ବର୍ନାଡ କୋରିକ୍‌, ଡେଭିଡ୍‌ ଗଫିନ୍‌, ଲୁକାଶ ପାଓଲି, ଫେଲିସିଆନୋ ଲୋପେଜ ସେମାନଙ୍କ ପ୍ରଥମ ରାଉଣ୍ଡ ମ୍ୟାଚ୍‌ ଜିତି ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି।
ଅପରପକ୍ଷରେ ମହିଳା ସିଙ୍ଗଲ୍ସରେ ଦ୍ୱିତୀୟ ସିଡ ଅଷ୍ଟ୍ରେଲିଆର ବାର୍ଟି ୧-୬, ୬-୩, ୬-୨ ସେଟରେ ୮୦ତମ ର଼୍ୟାଙ୍କର କାଜାଖସ୍ତାନର ଜରିନା ଡିୟାସଙ୍କୁ ହରାଇ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ବିଜୟୀ ହେବା ପାଇଁ ବାର୍ଟିଙ୍କୁ ସଂଘର୍ଷ କରିବାକୁ ପଡିଥିଲା। ସେହିପରି ୨୦୧୬ ୟୁଏସ୍‌ ଓପନ ରନର୍ସଅପ୍‌ ଚେକ୍‌ ଗଣରାଜ୍ୟର କାରୋଲିନା ପ୍ଲିସ୍କୋଭା ନିଜ ଦେଶର ତେରେଜା ମାର୍ଟିନକୋଭାଙ୍କୁ ୭-୬, ୭-୬ ସେଟରେ ହରାଇ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଅଷ୍ଟମ ସିଡ୍‌ ଅଭିଜ୍ଞ ଆମେରିକୀୟ ତାରକା ସେରେନା ଓ୍ବିଲିୟମ୍ସ ରୁଷିଆର ମାରିଆ ସାରାପୋଭାଙ୍କୁ ୬-୧, ୬-୧ ସେଟ୍‌ରେ ଅତି ସହଜରେ ହରାଇ ବିଜୟ ଅଭିଯାନ ଆରମ୍ଭ କରିଛନ୍ତି। ସେହିପରି ଭେନସ ଓ୍ବିଲିୟମ୍ସ ୬-୧, ୬-୦ ସେଟ୍‌ରେ ଚାଇନାର ଝେଙ୍ଗ୍‌ ସାଇସାଇଙ୍କୁ ୬୬ ମିନିଟରେ ହରାଇ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri