Posted inଖେଳ

ୟୁଏସ୍‌ ଓପନ ମୁଖ୍ୟ ପର୍ଯ୍ୟାୟରେ ନାଗାଲ

ନ୍ୟୁୟର୍କ,୨୪।୮(ପିଟି): ଭାରତୀୟ ଟେନିସ ଖେଳାଳି ସୁମିତ ନାଗାଲ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଖେଳିବାର ସ୍ବପ୍ନ ପୂରା କରିଛନ୍ତି। ସିଜନର ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନର ମୁଖ୍ୟ ପର୍ଯ୍ୟାୟରେ ଖେଳିବା ପାଇଁ ସେ ଯୋଗ୍ୟତା ହାତେଇଛନ୍ତି। କ୍ୱାଲିଫାୟର୍ସର ଅନ୍ତିମ ରାଉଣ୍ଡରେ ନାଗାଲ ବ୍ରାଜିଲ ଜୋଆଓ ମେନେଜସଙ୍କୁ ହରାଇଛନ୍ତି। ମ୍ୟାଚ୍‌ରେ ପ୍ରଥମ ସେଟ୍‌ ୫-୭ ବ୍ୟବଧାନରେ ହାରିବା ପରେ ଦ୍ୱିତୀୟ ଓ ୩ୟ ସେଟ୍‌କୁ ୬-୪, ୬-୩ରେ ଜିତି ନେଇଛନ୍ତି। ଜିତିବା ପାଇଁ ତାଙ୍କୁ ୨ ଘଣ୍ଟା ୨୭ ମିନିଟ୍‌ ଲାଗିଥିଲା। ସେ ଦେଶର ୫ମ ସିଙ୍ଗଲ୍ସ ଖେଳାଳି ଭାବେ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟରେ ଖେଳିବେ। ତାଙ୍କ ପୂର୍ବରୁ ସୋମଦେବ ବର୍ମନ, ୟୁକି ଭାମ୍ବ୍ରି, ସାକେତ ମାଇନେନି ଓ ପ୍ରଜନେଶ ଗୁଣେଶ୍ୱରନ ସମ୍ମାନଜନକ ଟୁର୍ନାମେଣ୍ଟରେ ଖେଳିସାରିଛନ୍ତି। ନାଗାଲ ପ୍ରଥମ ରାଉଣ୍ଡରେ କିମ୍ବଦନ୍ତୀ ରୋଜର ଫେଡରରଙ୍କୁ ଭେଟିବ। ସୁଇଜରଲାଣ୍ଡର ଖେଳାଳିଙ୍କ ନିକଟରେ ସର୍ବାଧିକ ୨୦ଟି ଟାଇଟଲ ରହିଛି। ନାଗାଲଙ୍କ ବ୍ୟତୀତ ପ୍ରଜନେଶ ମଧ୍ୟ ମୁଖ୍ୟ ପର୍ଯ୍ୟାୟରେ ଖେଳିବେ। ୧୯୯୮ ପରେ ପ୍ରଥମ ଥର ପାଇଁ ଭାରତର ଦୁଇ ଖେଳାଳି କୌଣସି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟର ସିଙ୍ଗଲ୍ସ ବର୍ଗରେ ଖେଳିବାକୁ ଯାଉଛନ୍ତି। ଅନ୍ତିମ ଥର ଭେଟେରାନ ଲିଆଣ୍ଡର ପେସ ଓ ମହେଶ ଭୂପତି ଓ୍ବିମ୍ବେଲଡନରେ ଖେଳିଥିଲେ। ପ୍ରଜନେଶ ପ୍ରଥମ ରାଉଣ୍ଡରେ ସିନସିନାଟି ମାଷ୍ଟର୍ସ ଚାମ୍ପିୟନ ତଥା ବିଶ୍ୱ ର଼୍ୟାଙ୍କିଙ୍ଗର ୫ମ ସ୍ଥାନରେ ଥିବା ଡାନିଏଲ ମେଡଭେଡେଭଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ଅଧିକାରୀଙ୍କ ବଦଳିରୁ ଆରମ୍ଭ ହୋଇଥିଲା ପରିବର୍ତ୍ତନ, ମନ୍ତ୍ରଣାଳୟରେ ପଡିଯାଇଥିଲା ହାହାକାର!

ନୂଆଦିଲ୍ଲୀ,୨୬।୭: ପେପର ଲିକ୍‌ ପ୍ରସଙ୍ଗରେ ଯନ୍ତରମନ୍ତର ସମେତ ଦେଶର ବିଭିନ୍ନ ସ୍ଥାନରେ ପ୍ରଦର୍ଶନ ଜାରି ରହିଥିଲେ ମଧ୍ୟ ଶିକ୍ଷା ମନ୍ତ୍ରଣାଳୟରେ ସ୍ଥିତି ସାଧାରଣ ଜଣାପଡୁଥିଲା, କିନ୍ତୁ ମାତ୍ର…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ଧର୍ମେନ୍ଦ୍ର ପ୍ରଧାନ ନିଜେ ଦୁଇଥର ଦେଇଥିଲେ ଇସ୍ତଫା ପ୍ରସ୍ତାବ? ହେଲେ ସରକାର…ସାଂଘାତିକ ଖୁଲାସା

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଥିବା ଧର୍ମେନ୍ଦ୍ର ପ୍ରଧାନ କଥିତ ଭାବରେ NEET ପେପର ଲିକ୍‌ ବିବାଦ ଏବଂ ଛାତ୍ରମାନଙ୍କ ପ୍ରତିବାଦ ସମୟରେ…

ନୂଆ ପିଢ଼ି, ନୂଆ ଆଭିମୁଖ୍ୟ: କୌଣସି ପଞ୍ଜିକୃତ ଦଳ ନାହିଁ, କୌଣସି ତୃଣମୂଳ ସ୍ତରର ଆଧାର ନାହିଁ, ତଥାପି ଏକାଠି ହେଲେ ଯୁବପିଢ଼ି, ଦୋହଲିଗଲା…

ନୂଆଦିଲ୍ଲୀ,୨୬।୭: ‘କକ୍ରୋଚ ଜନତା ପାର୍ଟି’ (CJP), ଯୁବପିଢ଼ିଙ୍କ ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ‘କକ୍ରୋଚ’ ମନ୍ତବ୍ୟକୁ ନେଇ ସୃଷ୍ଟି ହୋଇଥିବା ବିବାଦରୁ ଜନ୍ମିତ – ମାତ୍ର ୩୬ ଦିନର ଆନ୍ଦୋଳନ…

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ…

Dharmendra Pradhan Resignation: ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀଙ୍କୁ କେତେ ମିଳେ ପେନସନ୍? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬ା୭:ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଚାପ ବଢ଼ିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଧର୍ମେନ୍ଦ୍ରଙ୍କ ଇସ୍ତଫା କକ୍‌ରୋଚ ଜନତା ପାର୍ଟି (ସିଜେପି)…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri