ୟୁକୋ ବ୍ୟାଙ୍କରୁ ଚୋରି ଉଦ୍ୟମ ବିଫଳ: ସାଇଣ୍ଟିଫିକ ଟିମ୍‌ର ତଦନ୍ତ ଆରମ୍ଭ

ବଡବିଲ, ୨୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲସ୍ଥିତ(ଏସ୍‌ଡିପିଓ) ସବ୍‌ଡିଭିଜନାଲ ପୋଲିସ ଅଫିସରଙ୍କ କାର୍ଯ୍ୟାଳୟ ନିକଟସ୍ଥ ୟୁକୋ ବ୍ୟାଙ୍କରୁ ରବିବାର ରାତିରେ ଦୁର୍ବୃତ୍ତମାନେ ଚୋରି ଉଦ୍ୟମକରି ବିଫଳ ହୋଇଛନ୍ତି।
ପ୍ରକାଶ ଯେ, ବ୍ୟାଙ୍କର ପଛପାଖ ଏକ ଝରକା ଗ୍ରିଲକୁ ଗ୍ୟାସ କଟର ସାହାଯ୍ୟରେ କାଟି ଦୁର୍ବୃତ୍ତମାନେ ଭିତରେ ପଶିଥିଲେ। ବ୍ୟାଙ୍କର ଷ୍ଟ୍ରଙ୍ଗ ରୁମକୁ ଗ୍ୟାସ କଟର ସାହାଯ୍ୟରେ କାଟିବାକୁ ଚେଷ୍ଟା କରି ବିଫଳ ହୋଇଥିବା ଜଣାପଡିଛି। ସୋମବାର ବ୍ୟାଙ୍କ ଖୋଲାଯିବା ପରେ ବ୍ୟାଙ୍କ ଶାଖା ପରିଚାଳକ କ୍ଷୀରୋଦ କୁମାର ବିଶ୍ୱାଳ ଚୋରି ଉଦ୍ୟମ ହୋଇଥିବା ଜାଣିପାରି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ତେବେ ପୋଲିସ ଜିଲା ମୁଖ୍ୟାଳୟରୁ ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି। ଘଟଣାସ୍ଥଳରୁ ୪ ଗ୍ୟାସ ସିଲିଣ୍ଡର, ୨ ଗ୍ୟାସ କଟର, ଓ ପାଇପ୍‌ ଜବତ ହୋଇଛି। ସିସିଟିଭି କ୍ୟାମେରରୁ ଅଭିଯୁକ୍ତ ଚିହ୍ନଟ ହେବାପରେ ଘଟଣାର ପର୍ଦ୍ଦାଫାଶ ହେବ ବୋଲି ଥାନା ଆଇଆଇସି ସୁଶାନ୍ତ ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri