ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ ପକ୍ଷରୁ ଧର୍ମଘଟ

ରାୟଗଡ଼ା ଅଫିସ,୩୧।୧: ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ ପକ୍ଷରୁ ଜାନୁୟାରୀ ୩୧ ଶୁକ୍ରବାର ଓ ଫେବୃୟାରୀ ୧ ଶନିବାର ସମସ୍ତ ବ୍ୟାଙ୍କ ବନ୍ଦ ଡାକରା ଦିଆଯାଇଛି। ସପ୍ତାହକୁ ୫ ଦିନ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା ପ୍ରଚଳନ, ଦରମାର ପୁନଃ ନିର୍ଦ୍ଧାରଣ, ସମାନ କାମକୁ ସମାନ ଦରମା, ଅବସରକାଳୀନ ସହାୟତାରୁ ଆୟକର ବ୍ୟବସ୍ଥାକୁ ବାଦ୍‌ ଦେବା ଆଦି ୧୨ ଦଫା ଦାବିରେ ଫୋରମ ଅଫ୍‌ ବ୍ୟାଙ୍କ ୟୁନିୟନ ପକ୍ଷରୁ ଏହି ଧର୍ମଘଟ ହୋଇଛି। ଏ ନେଇ ଶୁକ୍ରବାର ସକାଳୁ ରାୟଗଡ଼ା ମୁଖ୍ୟ ଏସ୍‌ବିଆଇ ବ୍ୟାଙ୍କ ସମ୍ମୁଖରେ ଶତାଧିକ କର୍ମଚାରୀ ଧର୍ମଘଟରେ ବସିଛନ୍ତି। ଏଥିରେ ରାୟଗଡ଼ା ରିଜନ ଫାଇଭର ଜୋନାଲ ସେକ୍ରେଟାରି ରାମଦାସ ବିଡିକା, ବି . ତାରିଣୀ , ରାୟଗଡ଼ା ଶାଖାର ସଭାପତି ସୁବାସ ଚନ୍ଦ୍ର ବିସମାଝି , ଏସ୍‌କେ ଶୁଭାନ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘ଲହରୀ’ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ

ଭୁବନେଶ୍ୱର,୧୯।୭ (ସୌମ୍ୟରଞ୍ଜନ ରାଉତ): ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ୨୦୨୪ ବର୍ଷ ପାଇଁ ଶନିବାର ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ‘ଲହରୀ’ ଶ୍ରେଷ୍ଠ…

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ଏଇ ଭାରତରେ

ପ୍ରଦ୍ୟୋତ ଭୋଲେଟି ଗରିବ ଓ ଅସହାୟ ପିଲାଙ୍କୁ ମାଗଣାରେ ବାସ୍କେଟବଲ ପ୍ରଶିକ୍ଷଣ ଦେଉଛନ୍ତି। ସେ ଡ୍ରିବଲ ଏକାଡେମୀ ମାଧ୍ୟମରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ସେ…

ନୂଆ ପିଢ଼ି ପାଇଁ ଅପରିଚିତ ଅକ୍ଷର

ଭାଷା କେବଳ ଭାବ ବିନିମୟର ମାଧ୍ୟମ ନୁହେଁ; ଏହା ଏକ ଜାତିର ସଭ୍ୟତା, ସଂସ୍କୃତି, ଇତିହାସ ଓ ଅସ୍ମିତାର ବାହକ। ମଣିଷର ଚିନ୍ତାଧାରା, ସୃଜନଶୀଳତା ଏବଂ ସାଂସ୍କୃତିକ…

ବ୍ୟାଙ୍କ ଜାତୀୟକରଣର ପୃଷ୍ଠଭୂମି

ଇଷ୍ଟ ଇଣ୍ଡିଆ କମ୍ପାନୀ ଭାରତରେ କାୟା ବିସ୍ତାର କରି ୧୭୭୦ ମସିହାରେ କଲିକତାରେ ବ୍ୟାଙ୍କ ଅଫ୍‌ ହିନ୍ଦୁସ୍ତାନ ନାମକ ବାଣିଜି୍ୟକ ବ୍ୟାଙ୍କ ଖୋଲିଥିଲା। ଏ ବ୍ୟାଙ୍କ ତିଷ୍ଠି…

ଆନ୍ଦୋଳନର ତିନୋଟି କଥା

କକ୍‌ରୋଚ୍‌ ଜନତା ପାର୍ଟିର ବିକ୍ଷୋଭ ପ୍ରଦର୍ଶନକୁ ନେଇ ମୋ ମନକୁ କିଛି କଥା ବା ବିଚାର ଆସୁଛି। ପ୍ରଥମ କଥା ହେଉଛି, ସୋନମ ୱାଙ୍ଗଚୁକଙ୍କ ସମେତ ଏହାର…

ବୀରଗୋବିନ୍ଦପୁର ନିକଟରେ ଅଜଣା କାର୍ ଧକ୍କା ଯୁବକଙ୍କ ମୃତ୍ୟୁ; ୩ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ

ବଞ୍ଚୋ, ୧୮।୭(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ…

ପ୍ରତିଦିନ ୮ ଘଣ୍ଟାର ଅଧ୍ୟବସାୟ: ଦ୍ୱିତୀୟ ପ୍ରୟାସରେ ନିଟ୍‌ରେ ସଫଳ ହେଲେ ଚିନ୍ମୟନନ୍ଦ

ଅମରପାଲି, ୧୮।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମହଦା ଗ୍ରାମ ପଞ୍ଚାୟତର ତିକୁଡ଼ା ଗ୍ରାମର ପ୍ରତିଭାବାନ ଛାତ୍ର ଚିନ୍ମୟନନ୍ଦ ମିଶ୍ର ଚଳିତ ବର୍ଷର ନିଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri