Posted inଖେଳ

ୟୁନିଲାଇଟ କପ୍‌ ଆନ୍ତଃସ୍କୁଲ ଫୁଟବଲ ଶ୍ରୀ ଅରବିନ୍ଦ, ସୈନିକ ସ୍କୁଲ ସେମିରେ

ଭୁବନେଶ୍ୱର, ୨୭।୮(କ୍ରୀଡ଼ା ପ୍ରତିନିଧି)-
ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ୬ ନମ୍ବର ହାଇସ୍କୁଲ ପଡ଼ିଆରେ ଚାଲିଥିବା ୟୁନିଲାଇଟ୍‌ କପ୍‌ ଆନ୍ତଃସ୍କୁଲ ଫୁଟବଲ ଟୁର୍ନାମେଣ୍ଟରେ ଶ୍ରୀ ଅରବିନ୍ଦ ନୋଡାଲ ବିଦ୍ୟାପୀଠ ଓ ସୈନିକ ସ୍କୁଲ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସୋମବାର ଅନୁଷ୍ଠିତ ୨ଟି କ୍ୱାର୍ଟର ଫାଇନାଲରେ ଏହି ଦୁଇ ଦଳ ବିଜୟ ହାସଲ କରିଛନ୍ତି। ପ୍ରଥମ ମ୍ୟାଚଟି ଶ୍ରୀ ଅରବିନ୍ଦ ଏବଂ ପଳାଶୁଣୀ ୟୁଜି ହାଇସ୍କୁଲ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ପ୍ରଥମାର୍ଦ୍ଧ ଗୋଲଶୂନ୍ୟଭାବେ ଶେଷ ହୋଇଥିବାବେଳେ ୩୪ତମ ମିନିଟରେ ବାବୁଲାଲ ସାହୁ ଓ ୫୦ତମ ମିନିଟରେ କାବୁଲାଲ ସାହୁ ଗୋଟିଏ ଲେଖାଏ ଗୋଲ ଦେଇ ଶ୍ରୀ ଅରବିନ୍ଦ ସ୍କୁଲକୁ ବିଜୟୀ କରାଇଥିଲେ। ୟୁନିଟ-୬ ହାଇସ୍କୁଲର ସହକାରୀ ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ଦତ୍ତ ଅତିଥିଭାବେ ଯୋଗଦେଇ ବାବୁଲାଲଙ୍କୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ। ଦ୍ୱିତୀୟ ମ୍ୟାଚ ସୈନିକ ସ୍କୁଲ ଓ ରାମକୃଷ୍ଣ ଶିକ୍ଷାକେନ୍ଦ୍ର ମଧ୍ୟରେ ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲା। ପ୍ରଥମାର୍ଦ୍ଧ ଗୋଲଶୂନ୍ୟଭାବେ ଶେଷ ହୋଇଥିବାବେଳେ ମ୍ୟାଚର ୪୧ତମ ମିନିଟରେ ସୈନିକ ସ୍କୁଲର ସୂରଜ ସୁନ୍ଦର ଡିଗଲ ସ୍କୋର କରିଥିବା ଗୋଲଟି ନିର୍ଣ୍ଣାୟକ ହୋଇଥିଲା। ମ୍ୟାଚ ଶେଷ ପର୍ଯ୍ୟନ୍ତ ରାମକୃଷ୍ଣ ଶିକ୍ଷାକେନ୍ଦ୍ର ଗୋଲଟି ପରିଶୋଧ କରି ନ ପାରିବାରୁ ସୈନିକ ସ୍କୁଲ ସେମିଫାଇନାଲରେ ପ୍ରବେଶ କରିଥିଲା। ଜଗନ୍ନାଥ ପ୍ରଧାନ ଅତିଥିଭାବେ ଯୋଗଦେଇ ରାମକୃଷ୍ଣ ଶିକ୍ଷାକେନ୍ଦ୍ର ଗୋଲକିପର ସାଗିନ ସୋରେନଙ୍କୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ। ଚନ୍ଦ୍ରକାନ୍ତ ବାରିକ, ଶ୍ରୀକାନ୍ତ ପଣ୍ଡା, ସରୋଜ ମହାରଣା, ଅମିତ ନାୟକ, ଦେବଜ୍ୟୋତି ସିଂ, ଦିଗ୍‌ବିଜୟ ଦାସ ଓ ଲକ୍ଷ୍ମୀ ପ୍ରସାଦ ମ୍ୟାଚ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri