Posted inଜାତୀୟ

ୟୁପି ନିର୍ବାଚନ ଫଳାଫଳ ଚକିତ କରିପାରେ

ଭୋପାଳ,୧୦।୧: ଆଗାମୀ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳ ବେଶ୍‌ ଚକିତ କରିପାରେ। ଏହା ପଛରେ କାରଣ ଭାଜପା ସରକାର ପ୍ରତି ଥିବା ଲୋକମାନଙ୍କ ଅସନ୍ତୋଷ ଏବଂ କଂଗ୍ରେସର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଜାରି ରଖିଥିବା ପ୍ରଚାର ଅଭିଯାନ। ଏଭଳି ପୂର୍ବାନୁମାନ କରିଛନ୍ତି ପୂର୍ବତନ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ।

ଫେବୃୟାରୀ ୧୦ ତାରିଖରୁ ୟୁପିରେ ୭ ପର୍ଯ୍ୟାୟରେ ନିର୍ବାଚନ ହେବ। ମାର୍ଚ୍ଚ ୧୦ରେ ଏହାର ଫଳାଫଳ ଘୋଷଣା କରାଯିବ।

ପ୍ରିୟଙ୍କା ଆରମ୍ଭ କରିଥିବା ‘ଲଡ୍‌କି ହୁଁ ଲଡ୍‌ ସକ୍ତି ହୁଁ’ (ମୁଁ ଝିଅଟେ ଲଢ଼ି ପାରିବି) ଅଭିଯାନକୁ ୟୁପିରେ ପ୍ରତ୍ୟେକ ଧର୍ମ ଓ ଜାତିର ଲୋକ ସ୍ବୀକାର କରିଛନ୍ତି।

“ମୁଁ ନିକଟରେ ୟୁପି ଯାଇଥିଲି। ମୋ ଯୁବ କଂଗ୍ରେସ ବେଳର ସହଯୋଗୀଙ୍କୁ ଭେଟିଥିଲି। ଲୋକେ ଶାସକ ଦଳ ଉପରେ ରାଗିଛନ୍ତି। ଆଉ ପ୍ରିୟଙ୍କାଙ୍କ ଉଦ୍ୟମ ରାଜ୍ୟରେ ପରିବର୍ତ୍ତନ ଆଣିବ। ନିର୍ବାଚନ ଫଳାଫଳ କେବଳ କଂଗ୍ରେସକୁ ନୁହେଁ ପୂରା ରାଜ୍ୟକୁ ଚକିତ କରିଦେବ” ବୋଲି ବରିଷ୍ଠ କଂଗ୍ରେସ ନେତା ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri