Posted inଜାତୀୟ

ୟୁପି ବିଧାନସଭାରେ ହଙ୍ଗାମା: ଗ୍ୟାସ ସିଲିଣ୍ଡର ପିଠିରେ ବୋହି ଗୃହରେ ପହଞ୍ଚିଲେ ବିରୋଧୀ ବିଧାୟକ

ଲକ୍ଷ୍ନୌ,୧୩।୨: ଉତ୍ତରପ୍ରଦେଶ ବିଧାନସଭାରେ ଶୁକ୍ରବାର ଆରମ୍ଭ ହୋଇଥିବା ବଜେଟ ଅଧିବେଶନ ଆରମ୍ଭରୁ ବିରୋଧୀ ସିଏଏ, ଏନ୍‌ଆର୍‌ସି ଓ ଏନ୍‌ପିଆର୍‌କୁ ନେଇ ହୋହାଲ୍ଲା କରିଥିଲେ। ସମାଜବାଦୀ ପାର୍ଟି ଓ ବହୁଜନ ସମାଜ ପାର୍ଟିର ବିଧାୟକମାନେ ହାତରେ ପୋଷ୍ଟର ଓ ବ୍ୟାନର ଧରି ବିରୋଧ ପ୍ରଦର୍ଶନ କରିଥିଲେ। ବିରୋଧୀଙ୍କ ମଧ୍ୟରୁ କେତେଜଣ କଂଗ୍ରେସ ବିଧାୟକ ଗୃହ ମଧ୍ୟରେ ଗ୍ୟାସ ସିଲିଣ୍ଡର ଧରି ବିରୋଧ ପ୍ରଦର୍ଶନ କରିଥିବା ଦେଖାଯାଇଥିଲା। ଅନ୍ୟ କେତେଜଣ କଂଗ୍ରେସ ବିଧାୟକ ବିଧାନସଭା ଗେଟ୍‌ ନିକଟରେ ରିକ୍ସା ଚାଳକଙ୍କୁ ଟମାଟୋ ବାଣ୍ଟି ଥିବା ମଧ୍ୟ ଦେଖାଯାଇଥିଲା। ଦେଶର ଅର୍ଥନୀତି ବିଗିଡି ଯାଇଥିବା ଓ ମହଙ୍ଗା ମାଡରେ ସାଧାରଣ ଜନତା ଅସ୍ତବ୍ୟସ୍ତ ହୋଇପଡିଥିବା ଦର୍ଶାଇ ଏମାନେ ଟମାଟୋ ବାଣ୍ଟିଥିଲେ। ସୂଚନାଯୋଗ୍ୟ, ଉତ୍ତରପ୍ରଦେଶର ବାର୍ଷିକ ବଜେଟ ମଙ୍ଗଳବାର ଉପସ୍ଥାପନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri