Posted inଜାତୀୟ

ୟୁରୋପ କରୋନାର କେନ୍ଦ୍ରସ୍ଥଳ

ଜେନେଭା,୧୫ା୩ : ୟୁରୋପ ଏବେ ମାରାତ୍ମକ କରୋନା ଭୂତାଣୁର ନୂଆ କେନ୍ଦ୍ରସ୍ଥଳ ପାଲଟିଛି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଘୋଷଣା କରାଯାଇଛି। ଡବ୍ଲ୍ୟୁଏଚ୍‌ଓର ଏହି ଘୋଷଣା ପରେ ବିଶ୍ୱର ବିଭିନ୍ନ ଦେଶ ସେମାନଙ୍କ ସୀମା ଅନ୍ୟ ଦେଶର ନାଗରିକମାନଙ୍କ ପାଇଁ ବନ୍ଦ କରିବାରେ ଲାଗିଛନ୍ତି। ଅନେକ ଦେଶରେ ସଂଗ୍ରହାଳୟ, ପର୍ଯ୍ୟଟନ ସ୍ଥଳ ଓ କ୍ରୀଡା କାର୍ଯ୍ୟକ୍ରମକୁ ବନ୍ଦ କରିଦେଲେଣି। କଲମ୍ବିଆ ଭେନେଜୁଏଲା ସହ ଏହାର ସୀମାକୁ ବନ୍ଦ କରିଦେବ ବୋଲି କହିଛି। ସୌଦି ଆରବ ସମସ୍ତ ଅନ୍ତର୍ଜାତୀୟ ବିମାନ ଚଳାଚଳକୁ ରବିବାରଠାରୁ ଦୁଇ ସପ୍ତାହ ପାଇଁ ବନ୍ଦ କରିବ ବୋଲି କହିଛି। କରୋନାର ଉତ୍ପତ୍ତିସ୍ଥଳ କୁହାଯାଉଥିବା ଚାଇନାରେ ଏବେ ସଂକ୍ରମଣ ହାର ଯଥେଷ୍ଟ ହ୍ରାସ ପାଇଥିବାବେଳେ ୟୁରୋପୀୟ ଦେଶଗୁଡ଼ିକରେ ମୃତ୍ୟୁହାର ବଢ଼ିଚାଲିଛି। ଇଟାଲିରେ ସର୍ବାଧିକ ୧୨୬୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୭,୬୬୦ ଜଣ ଆକ୍ରାନ୍ତ ହୋଇଛନ୍ତି। ସ୍ପେନ୍‌ରେ ସଂକ୍ରମିତଙ୍କ ସଂଖ୍ୟା ୫୭୫୩ରେ ପହଞ୍ଚିଛି ଓ ୧୩୬ ଜଣଙ୍କ ମୃତ୍ୟୁ ହୋଇଛି। ବ୍ରିଟେନରେ ଜଣେ ନବଜାତକଙ୍କୁ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ୟୁରୋପର ପ୍ରମୁଖ ଦେଶ ବ୍ରିଟେନ, ଆୟର୍ଲାଣ୍ଡରୁ ଆସୁଥିବା ଯାତ୍ରୀଙ୍କୁ ୧୪ ଦିନ ଅଲଗା ରଖିବା ପାଇଁ ତାଇଓ୍ବାନ ନିଷ୍ପତ୍ତି ନେଇଛି। ନ୍ୟୁଜିଲାଣ୍ଡ ମଧ୍ୟ ଅନୁରୂପ ପଦକ୍ଷେପ ଗ୍ରହଣ କରିଛି। ଚାଇନା ବାହାରେ ଆପଲ୍‌ କମ୍ପାନୀ ଏହାର ସମସ୍ତ ରିଟେଲ ଷ୍ଟୋର ୨୭ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri