Posted inଜାତୀୟ

ୟୁରୋପ କରୋନାର କେନ୍ଦ୍ରସ୍ଥଳ

ଜେନେଭା,୧୫ା୩ : ୟୁରୋପ ଏବେ ମାରାତ୍ମକ କରୋନା ଭୂତାଣୁର ନୂଆ କେନ୍ଦ୍ରସ୍ଥଳ ପାଲଟିଛି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଘୋଷଣା କରାଯାଇଛି। ଡବ୍ଲ୍ୟୁଏଚ୍‌ଓର ଏହି ଘୋଷଣା ପରେ ବିଶ୍ୱର ବିଭିନ୍ନ ଦେଶ ସେମାନଙ୍କ ସୀମା ଅନ୍ୟ ଦେଶର ନାଗରିକମାନଙ୍କ ପାଇଁ ବନ୍ଦ କରିବାରେ ଲାଗିଛନ୍ତି। ଅନେକ ଦେଶରେ ସଂଗ୍ରହାଳୟ, ପର୍ଯ୍ୟଟନ ସ୍ଥଳ ଓ କ୍ରୀଡା କାର୍ଯ୍ୟକ୍ରମକୁ ବନ୍ଦ କରିଦେଲେଣି। କଲମ୍ବିଆ ଭେନେଜୁଏଲା ସହ ଏହାର ସୀମାକୁ ବନ୍ଦ କରିଦେବ ବୋଲି କହିଛି। ସୌଦି ଆରବ ସମସ୍ତ ଅନ୍ତର୍ଜାତୀୟ ବିମାନ ଚଳାଚଳକୁ ରବିବାରଠାରୁ ଦୁଇ ସପ୍ତାହ ପାଇଁ ବନ୍ଦ କରିବ ବୋଲି କହିଛି। କରୋନାର ଉତ୍ପତ୍ତିସ୍ଥଳ କୁହାଯାଉଥିବା ଚାଇନାରେ ଏବେ ସଂକ୍ରମଣ ହାର ଯଥେଷ୍ଟ ହ୍ରାସ ପାଇଥିବାବେଳେ ୟୁରୋପୀୟ ଦେଶଗୁଡ଼ିକରେ ମୃତ୍ୟୁହାର ବଢ଼ିଚାଲିଛି। ଇଟାଲିରେ ସର୍ବାଧିକ ୧୨୬୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୭,୬୬୦ ଜଣ ଆକ୍ରାନ୍ତ ହୋଇଛନ୍ତି। ସ୍ପେନ୍‌ରେ ସଂକ୍ରମିତଙ୍କ ସଂଖ୍ୟା ୫୭୫୩ରେ ପହଞ୍ଚିଛି ଓ ୧୩୬ ଜଣଙ୍କ ମୃତ୍ୟୁ ହୋଇଛି। ବ୍ରିଟେନରେ ଜଣେ ନବଜାତକଙ୍କୁ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ୟୁରୋପର ପ୍ରମୁଖ ଦେଶ ବ୍ରିଟେନ, ଆୟର୍ଲାଣ୍ଡରୁ ଆସୁଥିବା ଯାତ୍ରୀଙ୍କୁ ୧୪ ଦିନ ଅଲଗା ରଖିବା ପାଇଁ ତାଇଓ୍ବାନ ନିଷ୍ପତ୍ତି ନେଇଛି। ନ୍ୟୁଜିଲାଣ୍ଡ ମଧ୍ୟ ଅନୁରୂପ ପଦକ୍ଷେପ ଗ୍ରହଣ କରିଛି। ଚାଇନା ବାହାରେ ଆପଲ୍‌ କମ୍ପାନୀ ଏହାର ସମସ୍ତ ରିଟେଲ ଷ୍ଟୋର ୨୭ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri