ୟୁରୋପ ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା: ଓ୍ବାଶିଂଟନ୍‌ରେ ଜରୁରୀକାଳିନ ଘୋଷଣା

ଓ୍ବାଶିଂଟନ୍‌,୧୨।୩: କରୋନା ଭାଇରସ୍‌ ସାରା ବିଶ୍ୱରେ ଧିରେ ଧିରେ ନିଜର କାୟା ବିସ୍ତାର କରଚାଲିଛି। ଏଥିଯୋଗୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କରୋନାକୁ ବିଶ୍ୱ ମହାମାରୀ ଘୋଷଣା କରିଛି। ଅପରପକ୍ଷେ କରୋନା ଯୋଗୁ ଆମେରିକା ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି। ଏହି ସଂକ୍ରମଣରୁ ବର୍ତ୍ତିବା ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୟୁରୋପ ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଆଗାମୀ ୩୦ ଦିନ ପାଇଁ ଏହି ଯାତ୍ରା ଉପରେ ରୋକୋ ଲଗାଯାଇଛି ବୋଲି ଟ୍ରମ୍ପ ଗଣମାଧ୍ୟମକୁ ସମ୍ବୋଧିତ କରି କହିଛନ୍ତି। ତେବେ ଏହାମଧ୍ୟରେ କୌଣସି ପ୍ରକାର ଯାତାୟାତକୁ ଅନୁମତି ଦିଆଯିବ ନାହିଁ। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଆଡଭାଇଜରି ଜାରି କରାଯାଇଛି। କିନ୍ତୁ ବ୍ରିଟେନ ଏହି ତାଲିକାରୁ ବାଦ୍‌ ପଡ଼ିଛି। ସେହିପରି ଓ୍ବାଶିଂଟନ୍‌ରେ କରୋନାକୁ ନେଇ ରାଜ୍ୟ ଜରୁରୀକାଳିନ ଘୋଷଣା କରାଯାଇଛି। କାରଣ ଆମେରିକାରେ ଏହି ସଂକ୍ରମଣ ଯୋଗୁ ୨୨ଜଣଙ୍କର ମୃତ୍ୟୁ ହୋଇସାରିଲାଣି। ସୂଚନାଯୋଗ୍ୟ, କରୋନା ବିଶ୍ୱର ୧୨୧ ଦେଶରେ ନିଜର କାୟା ବିସ୍ତାର କରିସାରିଲାଣି। ଏହାର ପ୍ରକୋପ ସବୁଠାରୁ ଅଧିକ ଚାଇନା, ଇଟାଲି ଏବଂ ଇରାନରେ ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri