କାଇରୋ,୧।୧୧:ୟେମେନରେ ଲାଗିରହିଥିବା ଗୃହଯୁଦ୍ଧରେ ୨୦୧୫ରୁ ବର୍ତ୍ତମାନ ସୁଦ୍ଧା ଲକ୍ଷେରୁ ଊର୍ଦ୍ଧ୍ୱ ଲୋକ ପ୍ରାଣ ହରାଇଲେଣି। ଏଥିରେ ୧୨ ହଜାରରୁ ଅଧିକ ସାଧାରଣ ଲୋକଙ୍କ ଜୀବନ ଯାଇଥିବା ଆର୍ମଡ୍ କନ୍ଫ୍ଲିକ୍ଟ ଲୋକେଶନ ଆଣ୍ଡ ଇଭେଣ୍ଟ ଡାଟା ପ୍ରୋଜେକ୍ଟ (ଏସିଏଲ୍ଇଡି) ରିପୋର୍ଟରେ କୁହାଯାଇଛି। ୨୦୧୪ରେ ଇରାନ ସମର୍ଥିତ ବିଦ୍ରୋହୀ ଉତ୍ତର ଓ କେନ୍ଦ୍ରୀୟ ୟେମେନକୁ ଅକ୍ତିଆର କରିବା ପରେ ଆରବ ଜଗତର ଏହି ଦରିଦ୍ରତମ ଦେଶରେ ସଂଘର୍ଷ ସୃଷ୍ଟି ହୋଇଥିଲା। ଏହାର କିଛିମାସ ପରେ ସୌଦି ନେତୃତ୍ୱରେ ମିଳିତ ଶକ୍ତି ହୌଥି ବିଦ୍ରୋହୀକୁ ପ୍ରତିହତ କରିବା ଲାଗି ଏୟାରଷ୍ଟ୍ରାଇକ୍ ଆରମ୍ଭ କରିଥିଲା। ଏହି ଆକ୍ରମଣରେ ସ୍କୁଲ, ହସ୍ପିଟାଲ ଆଦି କ୍ଷତିଗ୍ରସ୍ତ ହେବା ସହ ହଜାର ହଜାର ନିରୀହ ଲୋକ ପ୍ରାଣ ହରାଇଥିଲେ। ହୌଥି ବିଦ୍ରୋହୀମାନେ ସୌଦି ଆରବ ଉପରେ ଡ୍ରୋନ୍ ଓ କ୍ଷେପଣାସ୍ତ୍ର ଆକ୍ରମଣ କରିବା ସହ ଲୋହିତ ସାଗରରେ ଥିବା ଏହାର ଜାହାଜଗୁଡ଼ିକୁ ଟାର୍ଗେଟ କରିଥିଲେ। ଏହି ସଂଘର୍ଷରେ ଗତବର୍ଷ ୩୦,୮୦୦ ଲୋକଙ୍କ ମୃତ୍ୟୁ ଘଟିଥିଲାବେଳେ ଚଳିତ ବର୍ଷ ପ୍ରାୟ ୨୦ ହଜାର ନିହତ ହେଲେଣି ବୋଲି ଏସିଏଲ୍ଇଡି ପକ୍ଷରୁ କୁହାଯାଇଛି।
Posted inHome, Home Left, ଅନ୍ତର୍ଜାତୀୟ View All
ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ
ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...
ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ
ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...
ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ
କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ (ଏସ୍ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...
ଟି୨୦ ବିଶ୍ୱକପ୍: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ
ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...
ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…
ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...
୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ
ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...
ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ
ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...
Archives


