ୟେସ୍‌ ବ୍ୟାଙ୍କରେ ଶ୍ରୀମନ୍ଦିର ଟଙ୍କାକୁ ନେଇ ବିଧାନସଭାରେ ହଟ୍ଟଗୋଳ: ୧୧ଟା ୩୦ ଯାଏ ଗୃହ ମୁଲତବୀ

ଭୁବନେଶ୍ୱର, ୧୩।୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ରଖିବାକୁ ନେଇ ଶୁକ୍ରବାର ବିଧାନସଭାରେ ପୁଣି ହଟ୍ଟଗୋଳ ହୋଇଛି। ଭାଜପା ସଦସ୍ୟମାନେ ଏହି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଜୋର୍‌ଦାର ଆକ୍ରମଣ କରିଛନ୍ତି। ମହାପ୍ରଭୁଙ୍କ ଟଙ୍କା ସୁରକ୍ଷିତଭାବେ ନ ଫେରିଲେ ଆମେ ଗୃହ ଚଳାଇ ଦେବୁନାହିଁ। ସରକାର ଏ ଦିଗରେ କ’ଣ ପଦକ୍ଷେପ ନେଇଛନ୍ତି ତୁରନ୍ତ ଗୃହକୁ ଜଣାନ୍ତୁ। ଏଭଳି ଦାବିକରି ଭାଜପା ସଦସ୍ୟମାନେ ଗୃହକୁ ଅଚଳ କରିଦେଇଛନ୍ତି।
ପୂର୍ବାହ୍ନ ୧୦ଟା୩୦ରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସଭାକାର୍ଯ୍ୟ ଚଳାଇବା ପାଇଁ ଗୃହକୁ ପ୍ରବେଶ କରିଥିଲେ। ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆରମ୍ଭ କରିବା ମାତ୍ରେ ଭାଜପା ସଭ୍ୟ ମୋହନ ଚରଣ ମାଝି, ମୁକେଶ ମହାଲିକ, ବିଷ୍ଣୁଚରଣ ସେଠୀ ଏବଂ ଦଳର ଅନ୍ୟାନ୍ୟ ସଦସ୍ୟ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ। ଜଗନ୍ନାଥଙ୍କ ଟଙ୍କା ୟେସ୍‌ ବ୍ୟାଙ୍କରୁ ତୁରନ୍ତ ଉଠାଇବା ଆମର ଦାବି କହି ସ୍ଲୋଗାନ ଦେଇଥିଲେ। ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ସହଯୋଗ କରିବା ପାଇଁ ବାଚସ୍ପତି ଭାଜପା ସଦସ୍ୟଙ୍କୁ ଅନୁରୋଧ କରିଥିଲେ। ତେବେ ଏହାର କୌଣସି ପ୍ରଭାବ ଭାଜପା ସଦସ୍ୟଙ୍କ ଉପରେ ପଡ଼ି ନ ଥିଲା। ସେମାନେ ହଟ୍ଟଗୋଳରେ ମାତିଯାଇଥିଲେ। ବାଚସ୍ପତି ହଟ୍ଟଗୋଳ ମଧ୍ୟରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମକୁ ଆଗେଇନେବାକୁ ଚେଷ୍ଟା କରିଥିଲେ ମଧ୍ୟ ସଫଳ ହୋଇପାରି ନ ଥିଲେ। ପ୍ରବଳ ହଟ୍ଟଗୋଳ ଯୋଗୁ ବାଚସ୍ପତି ବାଧ୍ୟହୋଇ ଗୃହକୁ ମାତ୍ର ୧ ମିନିଟ ପରେ ଅର୍ଥାତ୍‌ ୧୦ଟା ୩୧ରୁ ପୂର୍ବାହ୍ନ ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri